)
ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ ତୈଳ ଦରରେ ହ୍ରାସ ଦେଖା ଦେଇଛି । କିନ୍ତୁ ଭାରତୀୟ ବଜାରରେ ଏହାର କୌଣସି ପ୍ରଭାବ ଦେଖିବାକୁ ମିଳୁ ନାହିଁ । ଅନ୍ୟପକ୍ଷେ ଦେଶରେ କୋରୋନା ଯୋଗୁଁ ସଙ୍କଟର ସ୍ଥିତି ଜାରି ରହିଛି । ଆଜି ଅର୍ଥାତ ଶନିବାର ଦିଲ୍ଲୀ ସମେତ ଦେଶର ୪ଟି ମହାନଗରରେ ଡିଜେଲ ଦରରେ ବୃଦ୍ଧି ଘଟିଛି । ଅନ୍ୟପକ୍ଷେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଡିଜେଲ ବୃଦ୍ଧି ଘଟିଛି ।
ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ପେଟ୍ରୋଲର ମୂଲ୍ୟରେ କୌଣସି ବୃଦ୍ଧି କରିନାହାଁନ୍ତି । ସେପଟେ ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ଡିଜେଲ ମୂଲ୍ୟରେ ବୃଦ୍ଧି ଘଟିଛି । ଯଥାକ୍ରମେ: ଦିଲ୍ଲୀରେ ୧୫ ପଇସା, ମୁମ୍ୱାଇରେ ୧୪ ପଇସା, କୋଲକାତାରେ ୧୪ ପଇସା, ଚେନ୍ନାଇରେ ୧୨ ପଇସା ଏବଂ ଭୁବନେଶ୍ୱରରେ ୧୫ ପଇସାର ବୃଦ୍ଧି ଘଟିଛି ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୮୦.୪୩ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୮୭.୧୯ ଟଙ୍କା ରହିଛି । କୋଲକାତା ଲିଟର ପିଛା ୮୨.୧୦ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୮୩.୬୩ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୮୧.୦୧ ଟଙ୍କା ରହିଛି ।
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୧.୭୯ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୭୯.୯୭ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୭୬.୯୧ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୭୮.୭୩ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୭୯.୮୮ ଟଙ୍କା ଦରରେ ବିକ୍ରି ହେଉଛି ।