Advertisement
Article Detail0/zeeodisha/odisha874643

ପୁଣି କମିଲା ସୁନା-ରୁପା ଦର, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଶନିବାର ଦେଶରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ରବିବାର ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୭୦୦ ଟଙ୍କାରେ ପହଞ୍ଚିଛି ।

ପୁଣି କମିଲା ସୁନା-ରୁପା ଦର, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: ରବିବାର ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ଘଟିଛି । ସେପଟେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଦେଶରେ ଶନିବାର ସୁନା ମୂଲ୍ୟରେ ୭୬୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ରବିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୯୯୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୪,୦୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୨,୯୯୦ ଟଙ୍କାରେ ପହଞ୍ଚିଛି । ସେହିପରି ଶନିବାର ଏହାର ମୂଲ୍ୟ ୪୩,୦୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ-ପେନସନଭୋଗୀଙ୍କ ପାଇଁ ଖୁସି ଖବର!

ସେହିପରି ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଶନିବାର ଦେଶରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ରବିବାର ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୭୦ ଟଙ୍କା ରହିଛି । ଯାହା ଶନିବାର ୬,୪୯୦ ଟଙ୍କା ଥିଲା ।

Add Zee News as a Preferred Source

ଅଧିକ ପଢ଼ନ୍ତୁ:-ଏପ୍ରିଲ ୧ରୁ ବଦଳିଯିବ ଅନେକ ନିୟମ: ଦରମା, PF, LTC ଏବଂ ଗ୍ରାଚ୍ୟୁଇଟିରେ ହେବ ବଡ଼ ପରିବର୍ତ୍ତନ!

ଅନ୍ୟପକ୍ଷେ ରବିବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୨୨୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ରବିବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୭୨୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୫,୭୧୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୧,୯୧୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୪୧,୯୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ହୋଲି ଉପହାର! କର୍ମଚାରୀଙ୍କୁ ବିନା ସୁଧରେ ୧୦,୦୦୦ ଟଙ୍କା ଦେଉଛନ୍ତି ସରକାର

ସେପଟେ ରବିବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟି ଥଲା । ଅନ୍ୟପଟେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୩୦୦ ଟଙ୍କା ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୯୩୦ ଟଙ୍କା ରହିଛି । ଯାହା ଶନିବାର ୬,୯୩୦ ଟଙ୍କା ଥିଲା ।

About the Author