)
ନୂଆଦିଲ୍ଲୀ: ଶୁକ୍ରବାର ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗୁରୁବାର ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଶୁକ୍ରବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୬୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୭୬୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଏହାର ମୂଲ୍ୟ ୪୪,୯୨୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୬୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୩,୭୬୦ ଟଙ୍କାରେ ପହଞ୍ଚିଛି । ସେହିପରି ଗୁରୁବାର ଏହାର ମୂଲ୍ୟ ୪୩,୯୨୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ-ପେନସନଭୋଗୀଙ୍କ ପାଇଁ ଖୁସି ଖବର!
ସେହିପରି ଶୁକ୍ରବାର ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗୁରୁବାର ଦେଶରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଶୁକ୍ରବାର ରୁପା ମୂଲ୍ୟରେ ୭୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୦୦ ଟଙ୍କା ରହିଛି । ଯାହା ଗୁରୁବାର ୬,୫୭୦ ଟଙ୍କା ଥିଲା ।
ଶୁକ୍ରବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ଗୁରୁବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୨୦ ଟଙ୍କାର ବୃଦ୍ଧି ଥିଲା । ସେପଟେ ଶୁକ୍ରବାର ୧୦ ଗ୍ରାମ ସୁନା ମୂଲ୍ୟରେ ୩୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୫୯୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୪୫,୮୨୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୧,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ୪୨,୦୦୦ ଟଙ୍କା ଥିଲା ।
ସେପଟେ ଶୁକ୍ରବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗୁରୁବାର ରାଜଧାନୀରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟି ଥଲା । ଅନ୍ୟପଟେ ଶୁକ୍ରବାର ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୯୫୦ ଟଙ୍କା ରହିଛି । ଯାହା ଗୁରୁବାର ୬,୯୪୦ ଟଙ୍କା ଥିଲା ।