ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୭,୬୦୦ ଟଙ୍କା ଥିଲା ।
Trending Photos
)
ନୂଆଦିଲ୍ଲୀ: କୋରୋନା ସଙ୍କଟ ମଧ୍ୟ ଦେଇ ଗତି କରୁଛି ସମଗ୍ର ବିଶ୍ୱ । ଏହି ସମୟରେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ହ୍ରାସ ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ଶୁକ୍ରବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୪୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୨୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୮,୨୧୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୭,୬୦୦ ଟଙ୍କା ଥିଲା ।
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ଦର ସାମାନ୍ୟ ବଢ଼ିଛି । ଆଜି ସୁନା ମୂଲ୍ୟରେ ୨୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୩୯୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୩୭୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୨୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୧୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୧୬୦ ଟଙ୍କା ରହିଥିଲା ।
ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୧୦୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୭୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୬୦୦ ଟଙ୍କା ଥିଲା ।