• ଗୁଣ୍ଡିଚା ମନ୍ଦିର ଭିତରକୁ ପ୍ରବେଶ କଲେ ୨ ଜଣ ବାହାର ରାଜ୍ୟର ଭକ୍ତ
  • ଭକ୍ତଙ୍କ ପାଇଁ ମନ୍ଦିର ପ୍ରବେଶ ବନ୍ଦ ଥିବା ବେଳେ ଉଭୟଙ୍କ ପ୍ରବେଶକୁ ନେଇ ଉଠିଛି ପ୍ରଶ୍ନ
  • ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା
  • CBI ତଦନ୍ତ ପାଇଁ ପ୍ରାର୍ଥନା କରି ହାଇକୋର୍ଟରେ ଜନସ୍ବାର୍ଥ ମାମଲା
  • ଉତ୍ତର ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୩ ଦିନ ବର୍ଷା ସମ୍ଭାବନା
  • ଆଜି ପାଇଁ ୨୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ଆଜି ଭାରତ-ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ ଦ୍ୱିତୀୟ ଟି-୨୦ ମ୍ୟାଚ୍
  • ଦେଶରେ ୨୪ ଘଣ୍ଟାରେ ୨୯ ହଜାର ୬୯୮ ପଜିଟିଭ୍ ଚିହ୍ନଟ , ୪୧୫ ମୃତ
  • ରାଜ୍ୟରେ ଆଜି ୧୬୨୯ କୋରୋନା ପଜିଟିଭ ଚିହ୍ନଟ, ୬୦ ମୃତ
  • ଆଜି ୧୨ ଘଣ୍ଟିଆ ବରଗଡ଼ ବନ୍ଦ

ପୁଣି କମିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ମଙ୍ଗଳବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ  ଘଟିଛି । ସୋମବାର ରାଜଧାନୀରେ ରୁପା ମୂଲ୍ୟରେ ମଧ୍ୟ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ମଙ୍ଗଳବାର ରୁପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି ।

ପୁଣି କମିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ନୂଆଦିଲ୍ଲୀ: Gold-Silver Rate: ମଙ୍ଗଳବାର ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବା ବେଳେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ଘଟିଛି । ଦେଶରେ ସୋମବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ମଙ୍ଗଳବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୧୨୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଏହାର ମୂଲ୍ୟ ୪୭,୨୨୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୧୩୦ ଟଙ୍କାରେ ପହଞ୍ଚିଛି । ସେପଟେ ସୋମବାର ଏହାର ମୂଲ୍ୟ ୪୬,୨୩୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ମହଙ୍ଗା ଭତ୍ତା ବୃଦ୍ଧିକୁ ନେଇ ଏହି ତାରିଖରେ ହେବ ବଡ଼ ବୈଠକ, ଜାଣନ୍ତୁ ମିଟିଂର ୧୦ଟି ଗୁରୁତ୍ୱପୂର୍ଣ୍ଣ ବିଷୟ

ଅନ୍ୟପଟେ ମଙ୍ଗଳବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ସୋମବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନ ଥିବାବେଳେ ମଙ୍ଗଳବାର ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୬୦ ଟଙ୍କା ରହିଛି । ଯାହା ସୋମବାର ୬,୭୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପୁଣି ଟେନସନ୍ ବଢ଼ାଇଲା କୋରୋନା! ଏହି ୩ଟି ରାଜ୍ୟରେ ମିଳିଲା ଡେଲଟା ପ୍ଲସ୍ ଭାରିଆଣ୍ଟ

ସେପଟେ ସୋମବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ସୋମବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟରେ ୨୨୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୧୧୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୪୭,୮୯୦ ଟଙ୍କାରେ ବନ୍ଦ ହୋଇଥିଲା । ସେପଟେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୧୦୦ ଟଙ୍କାରେ ପହଞ୍ଚିଛି । ସେପଟେ ସୋମବାର ଏହାର ମୂଲ୍ୟ ୪୩,୯୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପିଏମ ମୋଦିଙ୍କୁ ଅପେକ୍ଷା କରାଇଥିବା ମମତାଙ୍କ ମୁଖ୍ୟ ପରାମର୍ଶଦାତା ଅଲପନ ବନ୍ଦୋପାଧ୍ୟାୟଙ୍କ ବିରୋଧରେ ଏହି ଆକ୍ସନ ନେବେ କେନ୍ଦ୍ର ସରକାର

ମଙ୍ଗଳବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ  ଘଟିଛି । ସୋମବାର ରାଜଧାନୀରେ ରୁପା ମୂଲ୍ୟରେ ମଧ୍ୟ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ମଙ୍ଗଳବାର ରୁପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୧୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୩୦୦ ଟଙ୍କା ରହିଛି । ଯାହା ସୋମବାର ୭,୩୧୦ ଟଙ୍କା ଥିଲା ।