ପୁଣି କମିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha736938

ପୁଣି କମିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦିଲ୍ଲୀର ସର୍ରାଫା ବଜାରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଦେଖାଦେଇଛି । ଆଜି ରୁପା ଦରରେ ୮୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୫,୫୫୦ ଟଙ୍କା ଥିଲା ।

ପୁଣି କମିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଆଜି ପୁଣି ସୁନା ମୂଲ୍ୟ (Gold Rate) ରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ ମଧ୍ୟ ହ୍ରାସ ଘଟିଛି । ଯାହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି ଅର୍ଥାତ ଶୁକ୍ରବାର ଦିଲ୍ଲୀର ସର୍ରାଫା ବଜାରରେ ସୁନା ଦରରେ ହ୍ରାସ ଘଟିଛି । ଆଜି ୧୦ ଗ୍ରାମ ସୁନା ଦର (Gold Rate) ରେ ୭୬୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ (Gold Price) ୫୪,୪୪୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୫,୨୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୭୦୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୯୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୦,୬୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଚୀନର ୫୧ ପ୍ରତିଶତ ଲୋକଙ୍କୁ ମୋଦି ସରକାର ପସନ୍ଦ: ସର୍ଭେ

ଅନ୍ୟପକ୍ଷେ ଆଜି ଦିଲ୍ଲୀର ସର୍ରାଫା ବଜାରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଦେଖାଦେଇଛି । ଆଜି ରୁପା ଦରରେ ୮୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୫,୫୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ବଦଳିବ ବିହାରର ରାଜନୈତିକ ସମୀକରଣ, ଏକାଠି ହେବେ କହ୍ନେୟା ଓ ତେଜସ୍ୱୀ ଯାଦବ !

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର (Bhubaneswar)ରେ ମଧ୍ୟ ସୁନା ଦର (Gold Rate)ରେ ହ୍ରାସ ଘଟିଛି । ଆଜି ସୁନା ମୂଲ୍ୟରେ ୫୫୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୭୨୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୪,୨୭୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୧୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୨୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୯,୭୫୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ପୁଟିନଙ୍କ ଏହି ଘୋଷଣା ପରେ ବଢ଼ିଲା ଉତ୍ତେଜନା, ଫୋର୍ସ ପଠାଇବାକୁ ପ୍ରସ୍ତୁତି କରୁଛି ଋଷ

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର (Silver Rate)ରେ ବୃଦ୍ଧି ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୮୦୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୫୦୦ ଟଙ୍କା ଥିଲା ।