ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୬୦୦ ଟଙ୍କା ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୭୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୧,୬୦୦ ଟଙ୍କା ଥିଲା ।
Trending Photos
)
ନୂଆଦିଲ୍ଲୀ: ଲଗାତର ତୃତୀୟ ଦିନ ସୁନା ମୂଲ୍ୟ (Gold Price) ରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ଦରରେ ମଧ୍ୟ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୩୦ ଟଙ୍କା ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ଅର୍ଥାତ ଶନିବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୨୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୫୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୫୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୫୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୫୩୦ ଟଙ୍କା ଥିଲା ।
ଅନ୍ୟପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୬୦୦ ଟଙ୍କା ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୭୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୧,୬୦୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-କୋରୋନା ଭ୍ୟାକ୍ସିନକୁ ନେଇ ଆଉ ଏକ ଖୁସି ଖବର ଦେଲା ଋଷ
ଅନ୍ୟପକ୍ଷେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଗତକାଲି ଅର୍ଥାତ ଶୁକ୍ରବାର ଭୁବନେଶ୍ୱରରେ ସୁନା ଦରରେ ୧୯୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧,୮୯୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୦୫୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୯୪୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୫୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୫୩୦ ଟଙ୍କା ରହିଥିଲା ।
ଅଧିକ ପଢ଼ନ୍ତୁ:-ୟୁରୋପରେ ପୁଣି ଆରମ୍ଭ ହେଲା କୋରୋନାର ତାଣ୍ଡବ, ଫ୍ରାନ୍ସରେ ସ୍ଥିତି ଅତ୍ୟନ୍ତ ଭୟାବହ
ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ହ୍ରାସ ରେକର୍ଡ କରାଯାଇଛି । ଗତକାଲି ରୁପା ମୂଲ୍ୟରେ ୬୦୦ ଟଙ୍କା ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୭୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୧,୬୦୦ ଟଙ୍କା ଥିଲା ।