ଖୁସି ଖବର: ସୁନା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ରେଟ୍
Advertisement
Article Detail0/zeeodisha/odisha794109

ଖୁସି ଖବର: ସୁନା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗୁରୁବାର ରୁପା ମୂଲ୍ୟରେ ୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୦୫୦ ଟଙ୍କା ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୦୦୦ ଟଙ୍କା ଥିଲା ।

ଖୁସି ଖବର: ସୁନା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: ଲଗାତର ସୁନା ଦର (Gold Price) ରେ ହ୍ରାସ ରେକର୍ଡ କରାଯାଉଛି । ସେପଟେ ବୈଶ୍ୱିକ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁ ଦରରେ ମଧ୍ୟ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ବୁଧବାର ସୁନା ମୂଲ୍ୟରେ ୫୦ ଟଙ୍କାର ହ୍ରାସ ଘଟିଛି । ଅନ୍ୟପକ୍ଷେ ଆଜି (ଗୁରୁବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୧,୯୦୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୮୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୭୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧,୯୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୮୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୭୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଡିସେମ୍ବର ୧ରୁ ଆପଣଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ମୋଦି ସରକାର, ଏହି ଉପାୟରେ ଚେକ୍ କରନ୍ତୁ ନିଜ ନାଁ

ସେପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗୁରୁବାର ରୁପା ମୂଲ୍ୟରେ ୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୦୫୦ ଟଙ୍କା ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୦୫ ଟଙ୍କାରେ ରହିଛି । ଯାହା ଗତକାଲି ୬,୦୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପଶ୍ଚିମବଙ୍ଗରେ ବିଜେପିର ଚେହେରା ହେବେ ସୌରଭ ଗାଙ୍ଗୁଲି! 

ସେହିପରି ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ସାମାନ୍ୟ ବୃଦ୍ଧି ଘଟିଛି । ବୁଧବାର ଭୁବନେଶ୍ୱରରେ ସୁନା ଦରରେ ୬୫୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୭୬୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୯,୭୫୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୬୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୫,୬୦୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ଶାହଙ୍କ ଉପରେ ବର୍ଷିଲେ 'ଦିଦି', କହିଲେ-ଏପରି ଗୃହମନ୍ତ୍ରୀ ପୂର୍ବରୁ କେବେ ଦେଖି ନାହିଁ

ଅନ୍ୟପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ରୁପା ମୂଲ୍ୟରେ ୩୦୦ ଟଙ୍କା ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୮୦୦ ଟଙ୍କା ରହିଛି । ଯାହା ଗତକାଲି ମଧ୍ୟ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୮୦ ଟଙ୍କାରେ ରହିଛି । ଯାହା ଗତକାଲି ୬,୪୫୦ ଟଙ୍କା ଥିଲା ।