ଖସିଲା ସୁନା ଦର, ଜାଣନ୍ତୁ ଆଜି କ'ଣ ରହିଛି ରୁପା ରେଟ୍
Advertisement

ଖସିଲା ସୁନା ଦର, ଜାଣନ୍ତୁ ଆଜି କ'ଣ ରହିଛି ରୁପା ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୦୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୦୦ ଟଙ୍କାରେ ପହଞ୍ଚିଛି ।

ଖସିଲା ସୁନା ଦର, ଜାଣନ୍ତୁ ଆଜି କ'ଣ ରହିଛି ରୁପା ରେଟ୍

ନୂଆଦିଲ୍ଲୀ: ଆଜି ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବା ବେଳେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ସୋମବାର ସୁନା ମୂଲ୍ୟରେ ୨୭୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି (ବୁଧବାର) ଦେଶରେ ୨୪  କ୍ୟାରେଟ ୧୦ ଗ୍ରାମ ସୁନା ଦର (Gold Price) ରେ ୧୨୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୪୬୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୫୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୨୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୪୬୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୫୮୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ରେଳ ଯାତ୍ରୀଙ୍କ ପାଇଁ ଖୁସି ଖବର! ଅନେକ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ଘୋଷଣା କଲା ରେଲୱେ

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୦୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୩୦ ଟଙ୍କା ରହିଛି । ଯାହା ଗତକାଲି ୬,୫୮୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଟିମ୍ ଇଣ୍ଡିଆ ବ୍ରିସବେନରେ 'ବନ୍ଦୀ', ଖେଳାଳିଙ୍କୁ ସଫା କରିବାକୁ ପଡିବ ଶୌଚାଳୟ; ହସ୍ତକ୍ଷେପ କଲା ବିସିସିଆଇ

ସେପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ସୋମବାର ଭୁବନେଶ୍ୱରରେ ସୁନା ଦରରେ ୩୩୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୪୦୦ ଟଙ୍କା ରହିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୦,୪୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୨୦୦ ଟଙ୍କା ରହିଛି । ଯାହା ଗତକାଲି ୪୬,୨୦୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ଯଦି ଆପଣଙ୍କ ମୋବାଇଲ୍ ନମ୍ବର ଆଧାରରେ ହୋଇନାହିଁ ଲିଙ୍କ୍, ତେବେ ଅଟକି ଯିବ ଏହି କାମ

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୧,୭୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୭୦ ଟଙ୍କା ରହିଛି । ଯାହା ଗତକାଲି ୭,୦୪୦ ଟଙ୍କା ଥିଲା ।