ସୁନା ମୂଲ୍ୟରେ ରେକର୍ଡ ହ୍ରାସ, ଜାଣନ୍ତୁ ଆଜିର ରେଟ୍
Advertisement

ସୁନା ମୂଲ୍ୟରେ ରେକର୍ଡ ହ୍ରାସ, ଜାଣନ୍ତୁ ଆଜିର ରେଟ୍

ଆଜି ରାଜଧାନୀ ଦିଲ୍ଲୀର ସର୍ରାଫା ବଜାରରେ ରୁପା ମୂଲ୍ୟ(Silver Price)ରେ ବି ସାମାନ୍ୟ ବୃଦ୍ଧି ଘଟିଛି । ଆଜି ରୁପା ଦରରେ ୫୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୫୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭୨,୫୦୦ ଟଙ୍କା ଥିଲା ।

ସୁନା ମୂଲ୍ୟରେ ରେକର୍ଡ ହ୍ରାସ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଆଜି ଘରୋଇ ବଜାରରେ ସୁନା ଦରରେ ରେକର୍ଡ ହ୍ରାସ ଘଟିଛି । ଅନ୍ୟପକ୍ଷେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ ମଧ୍ୟ ହ୍ରାସ ଲାଗି ରହିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ଅଗଷ୍ଟ ୧୨) ଦିଲ୍ଲୀର ସର୍ରାଫା ବଜାରରେ ୧୦ ଗ୍ରାମ ସୁନା ଦର(Gold Rate)ରେ ୨୦୦ ଟଙ୍କା ହ୍ରାସ ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ(Gold Price) ୫୪,୫୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୪,୭୦୦ ଟଙ୍କା ଥିଲା । ସେହିପରି ଦେଶରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩,୨୦୦ ଟଙ୍କା ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ଦର ୫୦,୨୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୩,୪୫୦ ଟଙ୍କା ଥିଲା ।

ଅନ୍ୟପଟେ ଆଜି ରାଜଧାନୀ ଦିଲ୍ଲୀର ସର୍ରାଫା ବଜାରରେ ରୁପା ମୂଲ୍ୟ(Silver Price)ରେ ବି ସାମାନ୍ୟ ବୃଦ୍ଧି ଘଟିଛି । ଆଜି ରୁପା ଦରରେ ୫୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୫୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭୨,୫୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ଖୁବ୍ ଶୀଘ୍ର ଏହି ଉପହାର ଦେବାକୁ ଯାଉଛନ୍ତି ମୋଦି ସରକାର

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର(Bhubaneswar)ରେ ସୁନା ମୂଲ୍ୟ(Gold Rate)ରେ ରେକର୍ଡ ହ୍ରାସ  ଘଟିଛି । ଆଜି ସୁନା ମୂଲ୍ୟରେ  ୩,୩୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୪,୬୮୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୮,୦୩୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୩,୦୧୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୧୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୩,୧୪୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-LIC ଅଛି ତ ହୋଇଯାଆନ୍ତୁ ସାବଧାନ ! ନ ହେଲେ ବୁଡ଼ି ଯାଇପାରେ ଆପଣଙ୍କ ଟଙ୍କା

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର(Silver Price)ରେ ବୃଦ୍ଧି ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୫୫୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୫୦୦ ଟଙ୍କା ଥିଲା ।