ବିବାହ ସିଜନରେ ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement

ବିବାହ ସିଜନରେ ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Price) ରେ ହ୍ରାସ ଘଟିଛି ।

ବିବାହ ସିଜନରେ ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ନୂଆଦିଲ୍ଲୀ: Gold-Silver Rate: ଶୁକ୍ରବାର ଅର୍ଥାତ ଜାନୁଆରୀ ୧୪ରେ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବାବେଳେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗୁରୁବାର ସୁନା ମୂଲ୍ୟରେ ୧୬୦ ଟଙ୍କାର ବୃଦ୍ଧି ଘଟି ଥିଲା । ଅନ୍ୟପଟେ ଶୁକ୍ରବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୨୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୯୮୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଏହାର ମୂଲ୍ୟ ୪୯,୧୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୨୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୯୮୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଏହାର ମୂଲ୍ୟ ୪୭,୧୦୦  ଟଙ୍କା ଥିଲା ।
 
ଅନ୍ୟପଟେ ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗୁରୁବାର ଦେଶରେ ରୁପା ମୂଲ୍ୟରେ ୩୦୦୦ ଟଙ୍କାର ହ୍ରାସ ଘଟି ଥିବାବେଳେ ଶୁକ୍ରବାର ରୁପା ଦରରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୨୦ ଟଙ୍କା ରହିଛି । ଯାହା ଗୁରୁବାର ୬,୨୦୦ ଟଙ୍କା ଥିଲା ।

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Price) ରେ ହ୍ରାସ ଘଟିଛି । ଗୁରୁବାର ଭୁବନେଶ୍ୱରରେ ସୁନା ଦରରେ ୨୧୦ ଟଙ୍କାର ବୃଦ୍ଧି ଘଟି ଥିଲା । ସେହିପରି ଶୁକ୍ରବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୪୯,୦୯୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୨୨୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ସ୍ଥିର ରହିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୦୦୦ ଟଙ୍କା ରହିଛି । ଯାହା ଗୁରୁବାର ଏହାର ମୂଲ୍ୟ ୪୫,୦୦୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଲୀନା ଖାନ କିଏ? ଯିଏ ଫେସବୁକକୁ କଲା ଚ୍ୟାଲେଞ୍ଜ, ବିକି ଯିବ ଇନଷ୍ଟା ଓ ହ୍ୱାଟସଆପ୍!

ଏହା ବି ପଢ଼ନ୍ତୁ:-ଆପଣଙ୍କ ଡିଲର୍ ରାସନ କାର୍ଡରେ କମ୍ ଦେଉଛନ୍ତି କି ରାସନ? ତୁରନ୍ତ ଏହି ନମ୍ବରକୁ କରନ୍ତୁ କଲ୍, ମିଳିବ ପୂରା ଶସ୍ୟ

ଏହା ବି ପଢ଼ନ୍ତୁ:-ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା, ଟିକେଟ୍ ମିଳିବା ସତ୍ତ୍ୱେ ଦଳ ଛାଡ଼ିଲେ ପ୍ରାର୍ଥୀ

ଶୁକ୍ରବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗୁରୁବାର ରାଜଧାନୀରେ ରୁପା ମୂଲ୍ୟରେ ୧୦୦୦ ଟଙ୍କାର ବୃଦ୍ଧି ଘଟି ଥିଲା । ସେହିପରି ଶୁକ୍ରବାର ରୁପା ଦରରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୨୦ ଟଙ୍କା ରହିଛି । ଯାହା ଗୁରୁବାର ୬,୨୦୦ ଟଙ୍କା ଥିଲା ।