ନୂଆଦିଲ୍ଲୀ: Gold-Silver Rate: ଆଜି (ମଙ୍ଗଳବାର) ଅର୍ଥାତ ମାର୍ଚ୍ଚ ୧୫ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ଋଷ-ୟୁକ୍ରେନ ଯୁଦ୍ଧ (Russia-Ukraine War) ମଧ୍ୟରେ ଆଜି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି (ସୋମବାର) ସୁନା ମୂଲ୍ୟରେ ୩୪୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୪୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୯୩୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଏହାର ମୂଲ୍ୟ ୫୨,୪୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୧୦୦ ଟଙ୍କା ଥିଲା ।
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୪୭୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ରୁପା ଦରରେ ୧୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୯୦୦ ଟଙ୍କା ରହିଛି । ଯାହା ଗତକାଲି ୭,୦୦୦ ଟଙ୍କା ଥିଲା ।


COMMERCIAL BREAK
SCROLL TO CONTINUE READING

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ଆଜି ସୁନା ଦର (Gold Price) ରେ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୩୪୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୫୪୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୧,୯୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୪୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୧୦୦ ଟଙ୍କା ଥିଲା ।


ଏହା ବି ପଢ଼ନ୍ତୁ:-ଯଦି ଆପଣ ଆଧାର କାର୍ଡରେ ଲାଗିଥିବା ଫଟୋରୁ ଖୁସି ନୁହଁନ୍ତି, ତେବେ ଆଜି ହିଁ କରନ୍ତୁ ପରିବର୍ତ୍ତନ; ଜାଣନ୍ତୁ ପ୍ରକ୍ରିୟା...


ଏହା ବି ପଢ଼ନ୍ତୁ:-ପୁରୁଷମାନେ କିସମିସ୍ ସହିତ ଏହି ଜିନିଷଟି କରନ୍ତୁ ସେବନ, ମିଳିଥାଏ ଏହି ୫ଟି ଜବରଦସ୍ତ ଲାଭ


ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଥିଲା ।  ଅନ୍ୟପଟେ ଆଜି ରୁପା ଦରରେ ୨୮୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୨୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୨୮୦ ଟଙ୍କା ରହିଛି । ଯାହା ଗତକାଲି ୭,୦୦୦ ଟଙ୍କା ଥିଲା ।