ରାଜଧାନୀରେ ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement

ରାଜଧାନୀରେ ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ହ୍ରାସ ଘଟିଛି । 

ରାଜଧାନୀରେ ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ନୂଆଦିଲ୍ଲୀ: Gold-Silver Rate: ରବିବାର ଅର୍ଥାତ ଜାନୁଆରୀ ୧୬ରେ ସୁନା ମୂଲ୍ୟ (Gold Price) ରେ ବୃଦ୍ଧି ଘଟିଥିବାବେଳେ ରୁପା ମୂଲ୍ୟ (Silver Price) ସ୍ଥିର ରହିଛି । ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଶନିବାର ସୁନା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟି ଥିଲା । ଅନ୍ୟପଟେ ରବିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୯୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୯,୦୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୦୯୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୭,୦୮୦  ଟଙ୍କା ଥିଲା ।
 
ସେହିପରି ଦେଶରେ ରୁପା ମୂଲ୍ୟ (Silver Price) ସ୍ଥିର ରହିଛି । ଶନିବାର ଦେଶରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟି ଥିବାବେଳେ ରବିବାର ରୁପା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୭୦ ଟଙ୍କା ରହିଛି । ଯାହା ଶନିବାର ୬,୧୭୦ ଟଙ୍କା ଥିଲା ।

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ହ୍ରାସ ଘଟିଛି । ଶନିବାର ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟି ଥିଲା । ସେହିପରି ରବିବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୪୯,୦୮୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୯୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନାରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୪.୯୯୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆପଣଙ୍କ ସହରରେ ଶସ୍ତା ନା ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ

ଏହା ବି ପଢ଼ନ୍ତୁ:-ଆଶ୍ୱସ୍ତିକର ଖବର: ଗତକାଲି ତୁଳନାରେ ଆଜି କୋରୋନା ମାମଲାରେ ହ୍ରାସ, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ

ରବିବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟି ଥିଲା । ଅନ୍ୟପଟେ ରବିବାର ରୁପା ଦର ସ୍ଥିର ରହିଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୭୦ ଟଙ୍କା ରହିଛି । ଯାହା ଶନିବାର ୬,୧୭୦ ଟଙ୍କା ଥିଲା ।