ନୂଆଦିଲ୍ଲୀ: Gold-Silver Rate: ଆଜି (ଶନିବାର) ଅର୍ଥାତ ଅଗଷ୍ଟ ୬ରେ ସୁନା ଓ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ ଦେଖାଦେଇଛି । ସେପଟେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟ ଆଜି ସ୍ଥିର ରହିଛି । ଦେଶରେ ଗତକାଲି (ଶୁକ୍ରବାର) ସୁନା ମୂଲ୍ୟରେ ୧୬୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୫୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୯୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୨୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୬୫୦ ଟଙ୍କା ଥିଲା ।
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ମଧ୍ୟ କମ୍ ହୋଇଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି ରୁପା ମୂଲ୍ୟରେ ୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୭,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୮,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୫,୭୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫,୮୨୦ ଟଙ୍କା ଥିଲା ।


COMMERCIAL BREAK
SCROLL TO CONTINUE READING

ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ହ୍ରାସ ଦେଖାଦେଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୬୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୪୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୫୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ଶୁକ୍ରବାର ୧୦ ଗ୍ରାମ ସୁନା ମୂଲ୍ୟ ୫୧,୯୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୨୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୬୫୦ ଟଙ୍କା ଥିଲା ।


ଏହା ବି ପଢ଼ନ୍ତୁ:-ପେଟ୍ରୋଲ-ଡିଜେଲ ମୂଲ୍ୟରେ ମିଳିବ ରିହାତି! ୬ ମାସରେ ସବୁଠାରୁ ଶସ୍ତା ହେଲା ଅଶୋଧିତ ତୈଲ


ଏହା ବି ପଢ଼ନ୍ତୁ:-କିପରି ହୋଇଥାଏ ଉପରାଷ୍ଟ୍ରପତି ନିର୍ବାଚନ, କିଏ କିଏ ଦିଅନ୍ତି ଭୋଟ୍; ଜାଣନ୍ତୁ ପୁରା ପ୍ରକ୍ରିୟା


ଏହା ବି ପଢ଼ନ୍ତୁ:-ଆଜି ଉପରାଷ୍ଟ୍ରପତି ନିର୍ବାଚନ: ଜଗଦୀପ ଧନଖର ଓ ମାର୍ଗରେଟ୍ ଆଲଭା, କାହାକୁ ମିଳିବ କେତେ ଭୋଟ୍, ଜାଣନ୍ତୁ କ'ଣ ରହିଛି ସମୀକରଣ


ଅନ୍ୟପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ରେକର୍ଡ ବୃଦ୍ଧି ଘଟିଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୫୦୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୪,୮୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୮,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫,୮୨୦ ଟଙ୍କା ଥିଲା ।