• କାଲିଠୁ ରାଜ୍ୟରେ ଟିକାକରଣର ବଡ଼ ଅଭିଯାନ
  • ୨ ହଜାର ଟିକା କେନ୍ଦ୍ରରେ ଦିନକୁ ୩ ଲକ୍ଷ ଟିକା ଦେବା ଲକ୍ଷ୍ୟ
  • ବିନା ପୂର୍ବ ପଞ୍ଜୀକରଣରେ ସିଧାସଳଖ ନେଇପାରିବେ ଟିକା
  • ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଫାଇନାଲ
  • ପ୍ରଥମ ଇଂନିସରେ ୨୧୭ ରନରେ ଭାରତ ଅଲଆଉଟ
  • ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ
  • ସକାଳ ୮ଟା ୩୦ରେ ଆରମ୍ଭ ହେବ ପହଣ୍ଡି
  • ଅପରାହ୍ନ ୨ଟାରେ ଛେରା ପହଁରା, ୩ଟାରେ ରଥଟଣା
  • ସୁନାବେଶ ଓ ନିଳାଦ୍ରୀ ବିଜେ ପାଇଁ ନୀତିନିର୍ଘଣ୍ଟ
  • ବାହୁଡା ଯାତ୍ରା ପାଇଁ ନୀତିନିର୍ଘଣ୍ଟ,ଜୁଲାଇ ୨୦ରେ ହେବ ବାହୁଡା ଯାତ୍ରା

ରାଜଧାନୀରେ ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ଆଜି ରୁପା ରେଟ୍

ଗୁରୁବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ବୁଧବାର ରାଜଧାନୀରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଥିଲା ।

ରାଜଧାନୀରେ ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ଆଜି ରୁପା ରେଟ୍

ନୂଆଦିଲ୍ଲୀ: Gold-Silver Price: ଗୁରୁବାର ସୁନା ଦର (Gold Price) ରେ ବୃଦ୍ଧି ଘଟିଥିବା ବେଳେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ବୁଧବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେପଟେ ଗୁରୁବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୮୮୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଏହାର ମୂଲ୍ୟ ୪୮,୬୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୮୮୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ବୁଧବାର ଏହାର ମୂଲ୍ୟ ୪୭,୬୮୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:- 'ୟାସ' ପ୍ରଭାବିତ କୃଷକଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ରାଜ୍ୟ ସରକାର

ସେପଟେ ଗୁରୁବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ବୁଧବାର ଦେଶରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟି ଥିବାବେଳେ ଗୁରୁବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୪୦୦ ଟଙ୍କା ରହିଛି । ଯାହା ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୪୦ ଟଙ୍କା ରହିଛି । ଯାହା ବୁଧବାର ୭,୧୪୦ ଟଙ୍କା ଥିଲା ।

ଗୁରୁବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ବୁଧବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଅନ୍ୟପକ୍ଷେ ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୭୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟ ୫୦,୦୭୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ୪୫,୯୦୦ ଟଙ୍କା ଥିଲା ।

ଅନ୍ୟପଟେ ଗୁରୁବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ବୁଧବାର ରାଜଧାନୀରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଗୁରୁବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୧୦୦ ଟଙ୍କା ରହିଛି । ଯାହା ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୧୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୬୧୦ ଟଙ୍କା ରହିଛି । ଯାହା ବୁଧବାର ୭,୬୧୦ ଟଙ୍କା ଥିଲା ।