ରାଜଧାନୀରେ ଖସିଲା ସୁନା ଦର, ଜାଣି ନିଅନ୍ତୁ କ'ଣ ରହିଛି ରୁପା ରେଟ୍
Advertisement

ରାଜଧାନୀରେ ଖସିଲା ସୁନା ଦର, ଜାଣି ନିଅନ୍ତୁ କ'ଣ ରହିଛି ରୁପା ରେଟ୍

ମଙ୍ଗଳବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ସୋମବାର ଦେଶରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ମଙ୍ଗଳବାର ରୁପା ମୂଲ୍ୟରେ ୯୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୦୦ ଟଙ୍କାରେ ପହଞ୍ଚିଛି ।

ରାଜଧାନୀରେ ଖସିଲା ସୁନା ଦର, ଜାଣି ନିଅନ୍ତୁ କ'ଣ ରହିଛି ରୁପା ରେଟ୍

ନୂଆଦିଲ୍ଲୀ: ମଙ୍ଗଳବାର ସୁନା ମୂଲ୍ୟ (Gold Price) ରେ ବୃଦ୍ଧି ଘଟି ଥିବା ବେଳେ ରୁପା ମୂଲ୍ୟ (Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ଅନ୍ୟପଟେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ସୋମବାର ସୁନା ମୂଲ୍ୟରେ ୪୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ମଙ୍ଗଳବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୭୬୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଏହାର ମୂଲ୍ୟ ୪୫,୭୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୪,୭୬୦ ଟଙ୍କାରେ ପହଞ୍ଚିଛି । ସେହିପରି ସୋମବାର ଏହାର ମୂଲ୍ୟ ୪୪,୭୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଇଣ୍ଡେନ,ଭାରତ ଏବଂ HP ଗ୍ୟାସର ଉପଭୋକ୍ତାଙ୍କ ପାଇଁ ଖୁସି ଖବର!

ସେପଟେ ମଙ୍ଗଳବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ସୋମବାର ଦେଶରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ମଙ୍ଗଳବାର ରୁପା ମୂଲ୍ୟରେ ୯୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୩୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୬,୭୨୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ସାବଧାନ! ପୁଣି ଦ୍ରୁତ ଗତିରେ ବଢ଼ୁଛି କୋରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ସାମ୍ନାକୁ ଆସିଲା ଏତିକି ମାମଲା

ମଙ୍ଗଳବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ସୋମବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୫୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୬୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୩୫୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୪୭,୫୧୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୪୩,୫୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-LIC ର ୧ ଲକ୍ଷରୁ ଅଧିକ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢ଼ିବ ଦରମା!

ଅନ୍ୟପକ୍ଷେ ମଙ୍ଗଳବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟି ନାହିଁ । ସୋମବାର ରାଜଧାନୀରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟି ଥିଲା । ଅନ୍ୟପଟେ ମଙ୍ଗଳବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୯୦୦ ଟଙ୍କା ରହିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୯୦ ଟଙ୍କା ରହିଛି । ଯାହା ସୋମବାର ୭,୧୯୦ ଟଙ୍କା ଥିଲା ।