ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୧,୮୦୦ ଟଙ୍କା ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୮୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୦,୨୦୦ ଟଙ୍କା ଥିଲା ।
Trending Photos
)
ନୂଆଦିଲ୍ଲୀ: ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୨୦ ଟଙ୍କା ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ଅର୍ଥାତ ଗୁରୁବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୫୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୪୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୪୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୪୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୪୦୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୧,୮୦୦ ଟଙ୍କା ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୮୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୦,୨୦୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ଆଜେରବାଇଜାନ-ଆର୍ମେନିଆ ଯୁଦ୍ଧ ବେଳେ କେଉଁ ପରିସ୍ଥିତିରେ ଅଛନ୍ତି ସେଠାକାର ଭାରତୀୟମାନେ ?
ଅନ୍ୟପକ୍ଷେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ହ୍ରାସ ଘଟିଛି । ଗତକାଲି ଅର୍ଥାତ ଗୁରୁବାର ଭୁବନେଶ୍ୱରରେ ସୁନା ଦରରେ ୪୪୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୩୬୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୪୧୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୦ ଟଙ୍କାର ହ୍ରାସ ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୦୫୦ ଟଙ୍କା ରହିଥିଲା ।
ଅଧିକ ପଢ଼ନ୍ତୁ:-ହାଥରସ ଅଭିଯୁକ୍ତଙ୍କ ଜେଲରୁ ଲେଖାଯାଇଥିବା କଥିତ ଚିଠି ହେଲା ଭାଇରାଲ
ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୧,୮୦୦ ଟଙ୍କା ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୮୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୦,୨୦୦ ଟଙ୍କା ଥିଲା ।