ଖସିଲା ସୁନା ଦର, ଜାଣି ନିଅନ୍ତୁ କ'ଣ ରହିଛି ରୁପା ରେଟ୍
Advertisement
Article Detail0/zeeodisha/odisha870329

ଖସିଲା ସୁନା ଦର, ଜାଣି ନିଅନ୍ତୁ କ'ଣ ରହିଛି ରୁପା ରେଟ୍

ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଦେଶରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୫୦୦ ଟଙ୍କା ରହିଛି ।

ଖସିଲା ସୁନା ଦର, ଜାଣି ନିଅନ୍ତୁ କ'ଣ ରହିଛି ରୁପା ରେଟ୍

ନୂଆଦିଲ୍ଲୀ: ରବିବାର ସୁନା ମୂଲ୍ୟ (Gold Price) ରେ  ହ୍ରାସ ଘଟିଥିବା ବେଳେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟି ନାହିଁ । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ କୌଣସି ପରିବର୍ତ୍ତନ ଘଟି ନାହିଁ । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଶନିବାର ସୁନା ମୂଲ୍ୟରେ ୧୪୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ରବିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୯୨୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୪,୯୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୩,୯୨୦ ଟଙ୍କାରେ ପହଞ୍ଚିଛି । ସେହିପରି ଶନିବାର ଏହାର ମୂଲ୍ୟ ୪୩,୯୩୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-LIC ଲଞ୍ଚ କଲା ନୂତନ ସଞ୍ଚୟ ପ୍ଲାନ୍, ମିଳିବ ଏହି ସୁବିଧା

ଅନ୍ୟପଟେ ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଦେଶରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୫୦୦ ଟଙ୍କା ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୫୦ ଟଙ୍କା ରହିଛି । ଯାହା ଶନିବାର ୬,୭୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର, ଆସନ୍ତା ବର୍ଷ ଠାରୁ ବଦଳିଯିବ ଏହି ନିୟମ

ରବିବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୬୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ରବିବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୦୮୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୬,୦୯୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୨,୨୪୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୪୨,୨୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଦେଶରେ ପୁଣି ଆରମ୍ଭ ହେଲା କୋରୋନାର ତାଣ୍ଡବ: ଏହି ୫ଟି ରାଜ୍ୟର ସ୍ଥିତି ଅତ୍ୟନ୍ତ ଚିନ୍ତାଜନକ, ଗତ ୨୪ ଘଣ୍ଟାରେ ସାମ୍ନାକୁ ଆସିଲା ଏତିକି ମାମଲା...

ରବିବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥଲା । ସେହିପରି ରବିବାର ରୁପା ମୂଲ୍ୟରେ ମଧ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୮୦୦ ଟଙ୍କା ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୮୦ ଟଙ୍କା ରହିଛି । ଯାହା ଶନିବାର ୭,୧୮୦ ଟଙ୍କା ଥିଲା ।