ରାଜଧାନୀରେ ପୁଣି ଖସିଲା ସୁନା-ରୁପା ଦର, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍
Advertisement
Article Detail0/zeeodisha/odisha890410

ରାଜଧାନୀରେ ପୁଣି ଖସିଲା ସୁନା-ରୁପା ଦର, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଶନିବାର ଦେଶରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ରବିବାର ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୮୦୦ ଟଙ୍କାରେ ପହଞ୍ଚିଛି ।

ରାଜଧାନୀରେ ପୁଣି ଖସିଲା ସୁନା-ରୁପା ଦର, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: ରବିବାର ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବା ବେଳେ ରୁପା ମୂଲ୍ୟ (Siver Price) ବୃଦ୍ଧି ରେକର୍ଡ କରାଯାଇଛି । ଅନ୍ୟପଟେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ସେପଟେ ଦେଶରେ ଶନିବାର ସୁନା ମୂଲ୍ୟରେ ୧୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ରବିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୯୪୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୫,୯୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୪,୯୪୦ ଟଙ୍କାରେ ପହଞ୍ଚିଛି । ସେହିପରି ଶନିବାର ଏହାର ମୂଲ୍ୟ ୪୪,୯୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଭାରତରେ କୋରୋନା ଭାଙ୍ଗିଲା ସମସ୍ତ ରେକର୍ଡ: ୨୪ ଘଣ୍ଟା ମଧ୍ୟରେ ପ୍ରଥମ ଥର ପାଇଁ ୩ ଲକ୍ଷ ୫୪ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ୨୮୧୨ ସଂକ୍ରମିତଙ୍କ ମୃତ୍ୟୁ

ଅନ୍ୟପକ୍ଷେ ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଶନିବାର ଦେଶରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ରବିବାର ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୮୦ ଟଙ୍କା ରହିଛି । ଯାହା ଶନିବାର ୬,୮୭୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ମୋଦି ସରକାର ନେଲେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, କେନ୍ଦ୍ର କର୍ମଚାରୀଙ୍କ ଉପରେ ପଡ଼ିବ ଏହାର ସିଧା ପ୍ରଭାବ

ରବିବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୨୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ରବିବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୬୫୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୮,୬୬୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୫୯୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୪୪,୬୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପୁରୁଣା କଟକଣା ସହ ଫେରିଲା ସଟଡାଉନ୍

ରବିବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟି ଥିଲା । ସେହିପରି ରବିବାର ରୁପା ମୂଲ୍ୟରେ ୫୨୦୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୪,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୮୦ ଟଙ୍କା ରହିଛି । ଯାହା ଶନିବାର ୭,୪୦୦ ଟଙ୍କା ଥିଲା ।