)
ନୂଆଦିଲ୍ଲୀ: ଲଗାତର ପଞ୍ଚମ ଦିନ ସୁନା (Gold Rate) ରେ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦର (Gold-Silver Price) ରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଗତ ୪ ଦିନରେ ସୁନା ମୂଲ୍ୟରେ ୨,୦୯୦ ଟଙ୍କା ହ୍ରାସ ଘଟିଛି । ଅନ୍ୟପକ୍ଷେ ଆଜି ଅର୍ଥାତ ଶୁକ୍ରବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୫୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୩୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୪୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୩୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୪୦୦ ଟଙ୍କା ଥିଲା ।
ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୨,୦୦୦ ଟଙ୍କା ହ୍ରାସ ଘଟିଥିବା ବେଳେ ଆଜି ୨,୩୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୯,୩୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୫୭,୦୦୦ ଥିଲା ।
ଅଧିକ ପଢ଼ନ୍ତୁ:-କୋରୋନା ଟୀକାକୁ ନେଇ ଏ କ'ଣ କହିଗଲେ WHO ମୁଖ୍ୟ
ସେପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ବି ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଗତକାଲି ଅର୍ଥାତ ଗୁରୁବାର ଭୁବନେଶ୍ୱରରେ ସୁନା ଦରରେ ୫୫୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୫୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୩୭୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୧,୮୭୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୦୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୭,୫୫୦ ଟଙ୍କା ରହିଥିଲା ।
ଅଧିକ ପଢ଼ନ୍ତୁ:-ସଫା କରି ପୁଣିଥରେ ବିକ୍ରି କରାଯାଉଥିଲା ସାଢ଼େ ୩ ଲକ୍ଷ କଣ୍ଡୋମ
ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୨,୦୦୦ ଟଙ୍କା ହ୍ରାସ ଘଟିଥିବା ବେଳେ ଆଜି ୨,୩୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୯,୩୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୫୭,୦୦୦ ଥିଲା ।