ରାଜଧାନୀରେ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣି ନିଅନ୍ତୁ କ`ଣ ରହିଛି ସୁନା ରେଟ୍
ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଦେଶରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୬୦୦ ଟଙ୍କା ରହିଛି ।
ନୂଆଦିଲ୍ଲୀ: ରବିବାର ସୁନା ମୂଲ୍ୟ (Gold Price) ରେ ବୃଦ୍ଧି ଘଟି ଥିବାବେଳେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ କୌଣସି ପରିବର୍ତ୍ତନ ରେକର୍ଡ କରାଯାଇନାହିଁ । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଶନିବାର ସୁନା ମୂଲ୍ୟରେ ୯୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ରବିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୫୯୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୭,୫୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୫୯୦ ଟଙ୍କାରେ ପହଞ୍ଚିଛି । ସେପଟେ ଶନିବାର ଏହାର ମୂଲ୍ୟ ୪୬,୫୯୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ବନ୍ଦ ହୋଇଯିବ କି ୨ ହଜାର ଟଙ୍କିଆ ନୋଟ? ଜାଣନ୍ତୁ ସଂପୂର୍ଣ୍ଣ ମାମଲା…
ଅନ୍ୟପକ୍ଷେ ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଦେଶରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୬୦୦ ଟଙ୍କା ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୬୦ ଟଙ୍କା ରହିଛି । ଯାହା ଶନିବାର ୭,୧୬୦ ଟଙ୍କା ଥିଲା ।
ରବିବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୯୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ରବିବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୬୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୫୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୮୧୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୪୫,୮୦୦ ଟଙ୍କା ଥିଲା ।
ସେପଟେ ରବିବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ରବିବାର ରୁପା ମୂଲ୍ୟରେ ୪୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୬୦ ଟଙ୍କା ରହିଛି । ଯାହା ଶନିବାର ୭,୬୨୦ ଟଙ୍କା ଥିଲା ।