ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍
Advertisement

ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୨,୭୦୦ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଆଜି ମଧ୍ୟ ୩୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୦୦୦ ଟଙ୍କାରେ ରହିଛି । ଗତକାଲି ରୁପା ମୂଲ୍ୟ ୬୦,୭୦୦ ଥିଲା ।

ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୭୫୦ ଟଙ୍କା ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ଅର୍ଥାତ ବୁଧବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୫୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୦୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୯୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୦୦୦ ଟଙ୍କା ଥିଲା ।

ଅନ୍ୟପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୨,୭୦୦ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଆଜି ମଧ୍ୟ ୩୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୦୦୦ ଟଙ୍କାରେ ରହିଛି । ଗତକାଲି ରୁପା ମୂଲ୍ୟ ୬୦,୭୦୦ ଥିଲା ।

ଅଧିକ ପଢ଼ନ୍ତୁ:-ଉତ୍ତର ପ୍ରଦେଶରେ କଂଗ୍ରେସକୁ ମଜଭୁତ କରିବା ପାଇଁ ଗୁପ୍ତ ଭାବେ ଏହି କାମ କରୁଛନ୍ତି ପ୍ରିୟଙ୍କା

ସେହିପରି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ବି ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଗତକାଲି ଅର୍ଥାତ ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦରରେ ୪୬୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୭୩୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୫୩୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୮୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୩୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୧୬୦ ଟଙ୍କା ରହିଥିଲା । 

ଅଧିକ ପଢ଼ନ୍ତୁ:-ପ୍ରତି ୧୬ ସେକେଣ୍ଡରେ ଜଣଙ୍କର ଜୀବନ ନେଉଛି କୋରୋନା

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ଗତକାଲି ରୁପା ମୂଲ୍ୟରେ ୨,୭୦୦ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଆଜି ମଧ୍ୟ ୩୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୦୦୦ ଟଙ୍କାରେ ରହିଛି । ଗତକାଲି ରୁପା ମୂଲ୍ୟ ୬୦,୭୦୦ ଥିଲା ।