• କାଲିଠୁ ଦିଲ୍ଲୀରେ ଖୋଲିବ ପାର୍କ ଓ ବାର
  • ରଥଯାତ୍ରା ନେଇ ଚୂଡାନ୍ତ ହୋଲା ନୀତି ନିର୍ଘଣ୍ଟ
  • ଜୁଲାଇ ୧୨ରେ ବିନା ଭକ୍ତରେ ହେବ ରଥଯାତ୍ରା
  • ସକାଳ ୮ଟା- ରଥ ପ୍ରତିଷ୍ଠା ସକାଳ ୮.୩୦- ପହଣ୍ଡି, ଅପରାହ୍‌ଣ ୨ଟା- ଛେରାପହଁରା ଓ ଅପରାହ୍‌ଣ ୩ଟା-ରଥଟଣା
  • ବିନା ଭକ୍ତରେ ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ ହେବ ସ୍ନାନପୂର୍ଣ୍ଣିମା ନୀତି
  • ରାତି ୧ଟା- ପହଣ୍ତି, ସକାଳ ୯- ଜଳଲାଗି ଦିନ ୧୧ଟା- ଗଜାନନ ବେଶ ଓ ସନ୍ଧ୍ୟା ୫ଟା- ବାହୁଡା ପହଣ୍ତି
  • ଯାଜପୁର: ବ୍ରାହ୍ମଣୀ ନଦୀର ଶଙ୍କରାକୂଳ ଘାଟରେ ବୁଡି ଦୁଇ ଯୁବକ ମୃତ
  • ଆସନ୍ତାକାଲିଠୁ ରାଜ୍ୟରେ କ୍ୟାମ୍ପେନ ମୋଡରେ ଆରମ୍ଭ ହେବ ଟିକାକରଣ
  • ପ୍ରତ୍ୟେକ ଦିନ ୩ଲକ୍ଷ ଟିକାକରଣ କରିବା ପାଇଁ ଟାର୍ଗେଟ
  • ଅସହାୟ ଶିଶୁଙ୍କ ପାଇଁ ଆଶୀର୍ବାଦ ଯୋଜନା ଘୋଷଣା

ପୁଣି ଖସିଲା ସୁନା ଦର, ଜାଣି କ'ଣ ରହିଛି ରେଟ୍

ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଦେଶରେ ରୁପା ମୂଲ୍ୟରେ ୧,୩୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୫୦୦ ଟଙ୍କା ରହିଛି । 

ପୁଣି ଖସିଲା ସୁନା ଦର, ଜାଣି କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: ରବିବାର ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବା ବେଳେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ସେପଟେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଶନିବାର ସୁନା ମୂଲ୍ୟରେ ୮୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ରବିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୯୩୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୫,୯୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୪,୯୩୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୪,୯୪୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଆସିଯାଇଛି ମାର୍ଚ୍ଚ ପାଇଁ LPG ସିଲିଣ୍ଡରର ନୂଆ ଦର, ଜାଣନ୍ତୁ କ'ଣ ରହିଛି ରେଟ୍

ଅନ୍ୟପଟେ ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଦେଶରେ ରୁପା ମୂଲ୍ୟରେ ୧,୩୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୫୦୦ ଟଙ୍କା ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୫୦ ଟଙ୍କା ରହିଛି । ଯାହା ଗତକାଲି ୬,୭୫୦ ଟଙ୍କା ଥିଲା ।

ରବିବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦରରେ ହ୍ରାସ ଘଟିଛି । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୬୦୦ ଟଙ୍କାର ହ୍ରାସ ଘଟି ଥିଲା । ସେହିପରି ରବିବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୫୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୬,୫୮୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୨,୬୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୨,୭୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ମାର୍ଚ୍ଚ ୧ରୁ ବଦଳିଯିବ ବ୍ୟାଙ୍କିଂ ଓ LPG ସିଲିଣ୍ଡର ସହ ଜଡ଼ିତ ଏହି ନିୟମ, ଦେଶର କୋଟି କୋଟି ଲୋକ ହେବେ ପ୍ରଭାବିତ!

ସେହିପରି ରବିବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ ୮୦୦ ଟଙ୍କାର ହ୍ରାସ ଘଟି ଥଲା । ଅନ୍ୟପକ୍ଷେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୫୦୦ ଟଙ୍କା ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୨୫୦ ଟଙ୍କା ରହିଛି । ଯାହା ଗତକାଲି ୭,୨୫୦ ଟଙ୍କା ଥିଲା ।