ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ସାମାନ୍ୟ ହ୍ରାସ ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୪୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୪୦୦ ଟଙ୍କା ରହିଛି । ଯାହା ଗତକାଲି ୪୭,୪୪୦ ଟଙ୍କା ଥିଲା ।
Trending Photos
)
ନୂଆଦିଲ୍ଲୀ: କୋରୋନା ସଙ୍କଟ ଯୋଗୁଁ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ମଙ୍ଗଳବାର) ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ସାମାନ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୨୬୦ ଟଙ୍କା ବଢିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୦୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୫,୭୪୦ ଟଙ୍କା ଥିଲା ।
ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ସାମାନ୍ୟ ହ୍ରାସ ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୪୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୪୦୦ ଟଙ୍କା ରହିଛି । ଯାହା ଗତକାଲି ୪୭,୪୪୦ ଟଙ୍କା ଥିଲା ।
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ୯୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୫୧୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୪୨୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୧୧ କ୍ୟାରେଟ ସୁନା ମୂଲ୍ୟରେ ମଧ୍ୟ ୧୨୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୪୭୦ ଟଙ୍କା ରହିଛି । ଯାହା ଗତକାଲି ୪୪,୩୫୦ ଟଙ୍କା ରହିଥିଲା ।
ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ସାମାନ୍ୟ ହ୍ରାସ ଦେଖାଦେଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୪୦ ଟଙ୍କା ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୪୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୪୪୦ ଟଙ୍କା ଥିଲା ।