ଖସିଲା ସୁନା ଦର, ଜାଣି ନିଅନ୍ତୁ କ`ଣ ରହିଛି ରୁପା ରେଟ୍
ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ରବିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବା ବେଳେ ସୋମବାର ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୪୦୦ ଟଙ୍କାରେ ପହଞ୍ଚିଛି ।
ନୂଆଦିଲ୍ଲୀ: ସପ୍ତାହର ପ୍ରଥମ ଦିନ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବା ବେଳେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ-ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ରବିବାର ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ସୋମବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୮୪୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୪,୮୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୩,୮୪୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ରବିବାର ଏହାର ମୂଲ୍ୟ ୪୩,୮୭୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ଏପ୍ରିଲ ୧ରୁ ଆପଣଙ୍କ ଦରମା ପାଇଁ ଲାଗୁ ହେବ ନୂଆ ନିୟମ! ଜାଣନ୍ତୁ କ'ଣ ପଡ଼ିବ ପ୍ରଭାବ
ସେପଟେ ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ରବିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବା ବେଳେ ସୋମବାର ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୪୦ ଟଙ୍କା ରହିଛି । ଯାହା ଶନିବାର ୬,୬୯୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-LIC ର ଏହି ପଲିସିରେ ପ୍ରତି ମାସରେ ୨୫୦୦ ଟଙ୍କା ନିବେଶ କରି ପ୍ରତି ବର୍ଷ ପାଇପାରିବେ ୨୨,୫୦୦ ଟଙ୍କା, ଶେଷରେ ମିଳିବ ୫ ଲକ୍ଷ ଟଙ୍କା
ସୋମବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ କୌଣସି ପରବର୍ତ୍ତନ ଘଟିନାହିଁ । ରବିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦ ଟଙ୍କାର ବୃଦ୍ଧି ଘଟି ଥିଲା । ଅନ୍ୟପଟେ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୮୩୦ ଟଙ୍କା ରହିଛି । ଯାହା ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୫,୮୩୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୨,୦୧୦ ଟଙ୍କା ରହିଛି । ଯାହା ରବିବାର ୪୨,୦୧୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-'୫ରୁ ଏହି ୪ଟି ରାଜ୍ୟରେ ବିଧାନସଭା ନିର୍ବାଚନ ହାରିଯିବ ବିଜେପି'
ସୋମବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ରବିବାର ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥଲା । ଅନ୍ୟପକ୍ଷେ ସୋମବାର ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୭୦ ଟଙ୍କା ରହିଛି । ଯାହା ରବିବାର ୭,୧୪୦ ଟଙ୍କା ଥିଲା ।