ରାଜଧାନୀରେ ରୁପା ମୂଲ୍ୟରେ ହ୍ରାସ, ଜାଣି ନିଅନ୍ତୁ କ'ଣ ରହିଛି ସୁନା ରେଟ୍
Advertisement
Article Detail0/zeeodisha/odisha867451

ରାଜଧାନୀରେ ରୁପା ମୂଲ୍ୟରେ ହ୍ରାସ, ଜାଣି ନିଅନ୍ତୁ କ'ଣ ରହିଛି ସୁନା ରେଟ୍

ମଙ୍ଗଳବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସୋମବାର ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ମଙ୍ଗଳବାର ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୬୦୦ ଟଙ୍କାରେ ପହଞ୍ଚିଛି । 

ରାଜଧାନୀରେ ରୁପା ମୂଲ୍ୟରେ ହ୍ରାସ, ଜାଣି ନିଅନ୍ତୁ କ'ଣ ରହିଛି ସୁନା ରେଟ୍

ନୂଆଦିଲ୍ଲୀ: ମଙ୍ଗଳବାର ସୁନା ମୂଲ୍ୟ (Gold Price) ରେ କୌଣସି ପରିବର୍ତ୍ତନ ଘଟି ନଥିବା ବେଳେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ସୋମବାର ସୁନା ମୂଲ୍ୟରେ ୩୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ମଙ୍ଗଳବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୮୪୦ ଟଙ୍କା ରହିଛି । ଯାହା ରବିବାର ଏହାର ମୂଲ୍ୟ ୪୪,୮୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ୧୦ ଗ୍ରାମ ସୁନା ଦର ୪୩,୮୪୦ ଟଙ୍କା ରହିଛି । ସେହିପରି ସୋମବାର ଏହାର ମୂଲ୍ୟ ୪୩,୮୪୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-LIC ଲଞ୍ଚ କଲା ନୂତନ ସଞ୍ଚୟ ପ୍ଲାନ୍, ମିଳିବ ଏହି ସୁବିଧା

ସେପଟେ ମଙ୍ଗଳବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସୋମବାର ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ମଙ୍ଗଳବାର ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୬୦ ଟଙ୍କା ରହିଛି । ଯାହା ସୋମବାର ୬,୭୪୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର, ଆସନ୍ତା ବର୍ଷ ଠାରୁ ବଦଳିଯିବ ଏହି ନିୟମ

ମଙ୍ଗଳବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ କୌଣସି ପରବର୍ତ୍ତନ ଘଟିନାହିଁ । ସୋମବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେହିପରି ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୮୩୦ ଟଙ୍କା ରହିଛି । ଯାହା ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୪୫,୮୩୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୨,୦୧୦ ଟଙ୍କା ରହିଛି । ଯାହା ସୋମବାର ୪୨,୦୧୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଦେଶରେ ପୁଣି ଆରମ୍ଭ ହେଲା କୋରୋନାର ତାଣ୍ଡବ: ଏହି ୫ଟି ରାଜ୍ୟର ସ୍ଥିତି ଅତ୍ୟନ୍ତ ଚିନ୍ତାଜନକ, ଗତ ୨୪ ଘଣ୍ଟାରେ ସାମ୍ନାକୁ ଆସିଲା ଏତିକି ମାମଲା...

ଅନ୍ୟପକ୍ଷେ ମଙ୍ଗଳବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ସୋମବାର ରାଜଧାନୀରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟି ଥଲା । ଅନ୍ୟପକ୍ଷେ ମଙ୍ଗଳବାର ରୁପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୬୦ ଟଙ୍କା ରହିଛି । ଯାହା ରବିବାର ୭,୧୭୦ ଟଙ୍କା ଥିଲା ।