ନୂଆଦିଲ୍ଲୀ: ଆଜି ସୁନା-ରୁପା ମୂଲ୍ୟ (Gold-Silver Price) ରେ ପରିବର୍ତ୍ତନ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ବୁଧବାର ସୁନା ମୂଲ୍ୟରେ ୧୧୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି (ଗୁରୁବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୭୧୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୩୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୭୧୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୩୧୦ ଟଙ୍କା ଥିଲା ।


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-'ମଧ୍ୟପ୍ରଦେଶର କମଲନାଥ ସରକାର ଭାଙ୍ଗିବାରେ ପିଏମ ମୋଦିଙ୍କ ଥିଲା ଗୁରୁତ୍ୱପୂର୍ଣ୍ଣ ଭୂମିକା'


ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୪୫୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ଦରରେ ୧୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୦୦ ଟଙ୍କା ରହିଛି । ଯାହା ଗତକାଲି ୬,୫୬୦ ଟଙ୍କା ଥିଲା ।


ଅନ୍ୟପକ୍ଷେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ବୁଧବାର ଭୁବନେଶ୍ୱରରେ ସୁନା ଦରରେ ୪୧୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୦,୪୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୨୦୦ ଟଙ୍କା ରହିଥିଲା ।


ଅଧିକ ପଢ଼ନ୍ତୁ:-କୋରୋନାକୁ ନେଇ ଭୟଙ୍କର ଚେତାବନୀ ଜାରି କଲା WHO, କହିଲା-୨୦୨୧ର ପ୍ରାରମ୍ଭରେ ତାଣ୍ଡବ କରି...


ସେପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୧୦୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ରୁପା ମୂଲ୍ୟରେ ୧,୭୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୬୦ ଟଙ୍କା ରହିଛି । ଯାହା ଗତକାଲି ୬,୮୯୦ ଟଙ୍କା ଥିଲା ।