• ତପନ ଚାନ୍ଦ ବେଦାନ୍ତ କମ୍ପାନିର ଆବାସିକ ନିର୍ଦେଶକ ନିଯୁକ୍ତ
  • ୨୧ ବର୍ଷ ପରେ ଭାରୋତ୍ତୋଳନରେ ଭାରତକୁ ଅଲିମ୍ପିକ ପଦକ
  • ମହିଳା ୪୯ କେଜି ବର୍ଗରେ ମୀରାବାଈ ଚାନୁଙ୍କୁ ରୌପ୍ୟ ପଦକ
  • ମୀରାବାଈ ଚାନୁଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
  • ତୀରନ୍ଦାଜି ମିକ୍ସଡ ରିକର୍ଭ କ୍ବାର୍ଟର ଫାଇନାଲରେ ଦୀପିକା କୁମାରୀ ଓ ପ୍ରବୀଣ ଯାଦବ ପରାସ୍ତ
  • ଗତ ୨୪ ଘଣ୍ଟାରେ ଦେଶରେ ୩୯,୦୯୭ ନୂଆ କୋରୋନା ମାମଲା ଚିହ୍ନଟ, ୫୪୬ ମୃତ
  • ରାଜ୍ୟରେ ଦିନକରେ ଆଉ ୧୮୬୪କୋରୋନା ଆକ୍ରାନ୍ତ ଚିହ୍ନଟ, ୬୮ ମୃତ
  • ଚତୁର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେର ଓଡ଼ିଶା ରିପୋର୍ଟ
  • ୬୫.୧୨% ସାଧାରଣ ଲୋକ, ୮୫.୫୩% ସ୍ବାସ୍ଥ୍ୟକର୍ମୀଙ୍କ ଦେହରେ ଅଛି ଆଣ୍ଟିବଡି
  • ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୭୦.୯% ଲୋକଙ୍କ ଦେହରେ ଆଣ୍ଟିବଡି

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ କ'ଣ ରହିଛି ରେଟ୍

ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ମଙ୍ଗଳବାର ରାଜଧାନୀରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟି ଥିଲା । ଅନ୍ୟପଟେ ମଙ୍ଗଳବାର ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । 

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Gold-Silver Rate: ବୁଧବାର ସୁନା-ରୁପା ମୂଲ୍ୟ (Gold-Silver Price) ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ସ୍ତରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ମଙ୍ଗଳବାର ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟି ଥିଲା । ଅନ୍ୟପକ୍ଷେ ବୁଧବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୧୫୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୭,୧୨୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୩୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୧୫୦ ଟଙ୍କାରେ ପହଞ୍ଚିଛି । ସେପଟେ ମଙ୍ଗଳବାର ଏହାର ମୂଲ୍ୟ ୪୬,୧୩୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଭାଙ୍ଗିଲା କୋହଲିଙ୍କ ସ୍ୱପ୍ନ, ଏପର୍ଯ୍ୟନ୍ତ ତାଙ୍କ ଅଧିନାୟକତ୍ୱରେ କୌଣସି ICC ଟାଇଟଲ୍ ଜିତି ପାରିନାହିଁ ଭାରତ

ସେହିପରି ବୁଧବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟି ଥିବାବେଳେ ବୁଧବାର ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୯୦ ଟଙ୍କା ରହିଛି । ଯାହା ମଙ୍ଗଳବାର ୬,୭୮୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଦଶମ ପାସ୍ ଛାତ୍ରଛାତ୍ରୀ ବିନା ପରୀକ୍ଷାରେ ରେଲୱେରେ ପାଇପାରିବେ ଚାକିରି; ଆବେଦନ କରିବାର ଶେଷ ତାରିଖ ଆସନ୍ତାକାଲି, ଶୀଘ୍ର କରନ୍ତୁ ଅପ୍ଲାଇ

ସେପଟେ ସୋମବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୨୨୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୧୧୦ ଟଙ୍କା ରହିଛି । ଯାହା ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟ ୪୮,୧୧୦ ଟଙ୍କାରେ ବନ୍ଦ ହୋଇଥିଲା । ସେପଟେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୧୦୦ ଟଙ୍କା ରହିଛି । ସେହିପରି ମଙ୍ଗଳବାର ଏହାର ମୂଲ୍ୟ ୪୪,୧୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଆସୁଛି କୋରୋନାର 'ସୁପର ଭ୍ୟାକ୍ସିନ୍', ନା ରହିବ ଭାରିଆଣ୍ଟର ଚିନ୍ତା, ନା ରହିବ ମହାମାରୀର ବିପଦ!

ବୁଧବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ମଙ୍ଗଳବାର ରାଜଧାନୀରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟି ଥିଲା । ଅନ୍ୟପଟେ ମଙ୍ଗଳବାର ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୩୪୦ ଟଙ୍କା ରହିଛି । ଯାହା ମଙ୍ଗଳବାର ୭,୩୦୦ ଟଙ୍କା ଥିଲା ।