ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ହ୍ରାସ ଘଟିଛି । 

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ନୂଆଦିଲ୍ଲୀ: Gold-Silver Rate: ଆଜି (ଗୁରୁବାର) ଅର୍ଥାତ ଜାନୁଆରୀ ୬ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି ଅର୍ଥାତ ବୁଧବାର ସୁନା ମୂଲ୍ୟରେ ୧୮୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଆଜି ୧୦ ଗ୍ରାମ ସୁନା ମୂଲ୍ୟ ୪୮,୮୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୯,୦୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୨୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୮୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ବୁଧବାର ଏହାର ମୂଲ୍ୟ ୪୭,୦୮୦ ଟଙ୍କା ଥିଲା ।
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟି ଥିବାବେଳେ ଆଜି ରୁପା ଦରରେ ୯୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୪୦ ଟଙ୍କା ରହିଛି । ଯାହା ଗତକାଲି ୬,୨୩୦ ଟଙ୍କା ଥିଲା ।

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୯,୩୦୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୪,୯୦୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଟେନସନ୍ ବଢ଼ାଇଲା ଓମିକ୍ରନ୍: ଦିନକରେ ଚିହ୍ନଟ ହେଲା ୯୦ ହଜାରରୁ ଉର୍ଦ୍ଧ୍ୱ ମାମଲା, ୩୨୫ ସଂକ୍ରମିତଙ୍କ ମୃତ୍ୟୁ

ଏହା ବି ପଢ଼ନ୍ତୁ:-ସୁଧୁରିବାର ନା ନେଉନି ଚୀନ, ବର୍ତ୍ତମାନ ପରମାଣୁ ଅସ୍ତ୍ର ଓ ଏହାର ବ୍ୟବହାରକୁ ନେଇ ବଡ଼ ବୟାନ ଦେଲା ଡ୍ରାଗନ୍

ଏହା ବି ପଢ଼ନ୍ତୁ:-ଚୀନର ଅନେକ ସହରରେ ଲାଗିଲା ଲକଡାଉନ୍, କୋଭିଡ୍ ଆପ୍ କ୍ରାସ୍ ହେବା ଯୋଗୁଁ ଆହୁରି ବିଗିଡ଼ିଲା ସ୍ୱାସ୍ଥ୍ୟ ବ୍ୟବସ୍ଥାର ସ୍ଥିତି

ଏହା ବି ପଢ଼ନ୍ତୁ:-କେନ୍ଦ୍ର ରେଳ ମନ୍ତ୍ରୀଙ୍କ ଦୁଇ ଦିନିଆ ଓଡିଶା ଗସ୍ତ, ଅନେକ ପ୍ରକଳ୍ପର କରିବେ ଉଦଘାଟନ

 

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟି ଥିଲା । ଅନ୍ୟପଟେ ଆଜି ରୁପା ଦରରେ ୯୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୪୦ ଟଙ୍କା ରହିଛି । ଯାହା ଗତକାଲି ୬,୨୩୦ ଟଙ୍କା ଥିଲା ।