Advertisement
Article Detail0/zeeodisha/odisha701592
Zee OdishaOdisha National-Internationalପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୮୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୬୦୦ ଟଙ୍କା ରହିଛି । ଯାହା ଗତକାଲି ୪୮,୪୫୦ ଟଙ୍କା ଥିଲା ।

ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: କୋରୋନା ସଙ୍କଟ ମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ହ୍ରାସ ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ଗୁରୁବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ଘଟିଛି । ଆଜି ସୁନା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୧୯୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୨୧୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୮,୪୦୦ ଟଙ୍କା ଥିଲା । 

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୮୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୬୦୦ ଟଙ୍କା ରହିଛି । ଯାହା ଗତକାଲି ୪୮,୪୫୦ ଟଙ୍କା ଥିଲା ।

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ସାମାନ୍ୟ ହ୍ରାସ ରେକର୍ଡ କରାଯାଇଛି । ଆଜି ସୁନା ମୂଲ୍ୟରେ ୧୯୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୩୭୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୫୬୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୧୬୦ ଟଙ୍କା ରହିଛି । ଯାହା ଗତକାଲି ୪୬,୩୫୦ ଟଙ୍କା ରହିଥିଲା । 

Add Zee News as a Preferred Source

ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ହ୍ରାସ ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୮୫୦ ଟଙ୍କା ଖସିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୬୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୪୫୦ ଟଙ୍କା ଥିଲା । 

About the Author