ସୁନା-ରୁପା ଦରରେ ରେକର୍ଡ ହ୍ରାସ, ଜାଣନ୍ତୁ ଆଜିର ରେଟ୍
Advertisement

ସୁନା-ରୁପା ଦରରେ ରେକର୍ଡ ହ୍ରାସ, ଜାଣନ୍ତୁ ଆଜିର ରେଟ୍

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ହ୍ରାସ ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୧,୪୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୦,୦୫୦ ଟଙ୍କା ଥିଲା ।

ଡିଜାଇନ୍ ଫଟୋ

ନୂଆଦିଲ୍ଲୀ: ସମଗ୍ର ବିଶ୍ୱ ସମେତ ଆମ ଦେଶ ଭାରତ କୋରୋନା ସଙ୍କଟ ମଧ୍ୟ ଦେଇ ଗତି କରୁଛି । ଏହି ସଙ୍କଟ ସମୟରେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ହ୍ରାସ ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ଗୁରୁବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ଘଟିଛି । ଆଜି ସୁନା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୧,୧୧୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୫୪୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୮,୬୫୦ ଟଙ୍କା ଥିଲା । 

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ହ୍ରାସ ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୧,୪୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୦,୦୫୦ ଟଙ୍କା ଥିଲା ।

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ଦର ସାମାନ୍ୟ ଖସିଛି । ଆଜି ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୯୪୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୯୫୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୪୧୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୩୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୭୪୦ ଟଙ୍କା ରହିଥିଲା । 

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ହ୍ରାସ ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୧,୪୫୦ ଟଙ୍କା ଖସିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୬୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୦,୦୫୦ ଟଙ୍କା ଥିଲା ।