ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ହ୍ରାସ ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୯,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୯,୬୦୦ ଟଙ୍କା ଥିଲା ।
Trending Photos
ନୂଆଦିଲ୍ଲୀ: ସମଗ୍ର ବିଶ୍ୱ ସମେତ ଭାରତରେ କୋରୋନା ସଙ୍କଟ ଜାରି ରହିଛି । ଏହି ସମୟରେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ବୃଦ୍ଧି ରେକର୍ଡ କରାଯାଉଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ମଙ୍ଗଳବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ଘଟିଛି । ଆଜି ସୁନା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୩୩୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୬୨୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୭,୯୫୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ହ୍ରାସ ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୯,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୯,୬୦୦ ଟଙ୍କା ଥିଲା ।
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ଦର ସାମାନ୍ୟ ହ୍ରାସ ଦେଖାଦେଇଛି । ଆଜି ସୁନା ମୂଲ୍ୟରେ ୯୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୬୨୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୭୧୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୩୧୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୪୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୧୦୦ ଟଙ୍କା ରହିଥିଲା ।
ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ହ୍ରାସ ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୪୦୦ ଟଙ୍କା ଖସିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୯,୨୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୯,୬୦୦ ଟଙ୍କା ଥିଲା ।