ରାଜଧାନୀରେ ଲଗାତର ହ୍ରାସ ପାଉଛି ସୁନା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement

ରାଜଧାନୀରେ ଲଗାତର ହ୍ରାସ ପାଉଛି ସୁନା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Price) ରେ ହ୍ରାସ ଘଟିଛି । ଲଗାତର ଷଷ୍ଠ ଦିନ ହେବ ସୁନା ଦରରେ କମି ଦେଖାଦେଇଛି ।

ରାଜଧାନୀରେ ଲଗାତର ହ୍ରାସ ପାଉଛି ସୁନା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ନୂଆଦିଲ୍ଲୀ: Gold-Silver Rate: ଆଜି (ମଙ୍ଗଳବାର) ଅର୍ଥାତ ଜାନୁଆରୀ ୩୧ରେ ସୁନା ଓ ରୁପା ମୂଲ୍ୟ ((Gold Silver Price) ରେ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୯୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୯୯୦ ଟଙ୍କା ଥିଲା । ଅନ୍ୟପଟେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦର ସ୍ଥିର ରହିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୪,୯୦୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୪୪,୯୦୦ ଟଙ୍କା ଥିଲା ।
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ଆଜି ରୁପା ଦରରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୯୦ ଟଙ୍କା ରହିଛି । ଯାହା ଗତକାଲି ୬,୧୩୦ ଟଙ୍କା ଥିଲା ।

ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Price) ରେ ହ୍ରାସ ଘଟିଛି । ଲଗାତର ଷଷ୍ଠ ଦିନ ହେବ ସୁନା ଦରରେ କମି ଦେଖାଦେଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୯୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୪୮,୯୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୧୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନାରେ କୌଣସି ପରିବର୍ତ୍ତନ ଘଟିନାହିଁ ।  ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୯୦୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୪୪,୯୦୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଭାରତର ଏହି ୯ଟି ଘାତକ କମାଣ୍ଡୋ ଫୋର୍ସ, ଯେଉଁମାନଙ୍କ ନାଁ ଶୁଣିବା ମାତ୍ରେ ଶତ୍ରୁ ଛାତିରେ ଛନକା ପଶେ

ଏହା ବି ପଢ଼ନ୍ତୁ:-ନିଜ ଗ୍ରାହକଙ୍କୁ ଆଲର୍ଟ କଲା SBI! ବନ୍ଦ ହୋଇପାରେ ଆପଣଙ୍କର ବ୍ୟାଙ୍କିଙ୍ଗ୍ ସେବା, ଜାଣନ୍ତୁ ଏହାର କାରଣ

ଏହା ବି ପଢ଼ନ୍ତୁ:-ମର୍ଯ୍ୟାଦାର ସମସ୍ତ ସୀମା ଲଙ୍ଘିଲା ଏହି ୱେବ୍ ସିରିଜ, ପାରା ବଢ଼ାଉଛି 'କବିତା ଭାବି'ଙ୍କ ଏହି ହଟ୍ ଅନ୍ଦାଜ୍

ଏହା ବି ପଢ଼ନ୍ତୁ:-ଆପଣଙ୍କ କଳ୍ପନାଠାରୁ ଅଧିକ ବୋଲ୍ଡ ଏହି ୱେବ୍ ସିରିଜର 'ଲଳିତା ଭାଭି', ଫଟୋ ଦେଖି ଉଡ଼ିଯିବ ଆପଣଙ୍କ ହୋଶ୍!

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ରୁପା ଦରରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୯୦ ଟଙ୍କା ରହିଛି । ଯାହା ଗତକାଲି ୬,୧୩୦ ଟଙ୍କା ଥିଲା ।