ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement

ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୪୨୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୩୨୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୩୮୦ ଟଙ୍କାରେ ପହଞ୍ଚିଛି ।

ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ନୂଆଦିଲ୍ଲୀ: Gold-Silver Rate: ଆଜି (ବୁଧବାର) ଅର୍ଥାତ ମେ ୬ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ହ୍ରାସ ଘଟିଛି । ସେହିପରି ଆଜି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୪୨୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୨୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୩୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୭୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୪୦୦ ଟଙ୍କା ଥିଲା ।
 
ସେହପିର ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବଡ଼ ଧରଣ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୧୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ଆଜି ରୁପା ମୂଲ୍ୟରେ ୧୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୩୦ ଟଙ୍କା ରହିଛି । ଯାହା ଗତକାଲି ୬,୩୮୦ ଟଙ୍କା ଥିଲା ।

ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୪୨୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୩୨୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୩୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୫୧,୭୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୪୦୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଭୟଙ୍କର ପରମାଣୁ ବୋମା ସହ ସଜ୍ଜିତ ପୁଟିନଙ୍କ ସମୁଦ୍ର ଡ୍ରୋନ୍ ପ୍ରସ୍ତୁତ; ୧୬୦୦ ଫୁଟ ଉଚ୍ଚ ଲହରରେ ବୁଡ଼ିଯିବ ବ୍ରିଟେନ, ଜାଣନ୍ତୁ କିପରି?

ଏହା ବି ପଢ଼ନ୍ତୁ:-'ବିହାରରେ ଅଛନ୍ତି ନୀତିଶ ଓ ଲାଲୁଙ୍କ ପରି ଧୁରନ୍ଧର, ପ୍ରଶାନ୍ତ କିଶୋର କିଛି କରିପାରିବେନି'

ଏହା ବି ପଢ଼ନ୍ତୁ:-ଦିଲ୍ଲୀରେ ମାଗଣା ବିଦ୍ୟୁତକୁ ନେଇ କେଜ୍ରିୱାଲଙ୍କ ବଡ଼ ଘୋଷଣା

 

ଭୁବନେଶ୍ୱରରେ ଆଜି ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଦେଖାଦେଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୫୦୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୫୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୩୦ ଟଙ୍କା ରହିଛି । ଯାହା ଗତକାଲି ୬,୭୭୦ ଟଙ୍କା ଥିଲା ।