ରାଜଧାନୀରେ ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
Advertisement

ରାଜଧାନୀରେ ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୧୨୦୦ ଟଙ୍କା ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୨,୬୦୦ ଟଙ୍କା ଥିଲା ।

ରାଜଧାନୀରେ ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ଦରରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୨୮୦ ଟଙ୍କା ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ଅର୍ଥାତ ବୁଧବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୬୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୬୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୫୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୬୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୬୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୫୪୦ ଟଙ୍କା ଥିଲା ।

ଅନ୍ୟପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୧୨୦୦ ଟଙ୍କା ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୨,୬୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଆର୍ମେନିଆ-ଆଜେରବାଇଜାନ ଯୁଦ୍ଧରେ ତୁର୍କୀ ବିରୁଦ୍ଧରେ ଶକ୍ତିଶାଳୀ ଋଷ କାହିଁକି ଏତେ ଅସହାୟ?

ସେହିପରି ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Rate) ରେ ହ୍ରାସ ଘଟିଛି । ଗତକାଲି ଅର୍ଥାତ ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦରରେ ୨୨୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୭୯୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୩,୦୯୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୯୦ ଟଙ୍କାର ହ୍ରାସ ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୩୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୬୫୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ଦେଶବାସୀଙ୍କ ଆଗରେ କାନ୍ଦିଲେ କିମ ଜୋଙ୍ଗ ଉନ୍, ଏହି ଭୁଲ ପାଇଁ ମାଗିଲେ କ୍ଷମା

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୧୨୦୦ ଟଙ୍କା ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୨,୬୦୦ ଟଙ୍କା ଥିଲା ।