ପୁଣି ଖସିଲା ସୁନା-ରୁପା ଦର, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍
Advertisement

ପୁଣି ଖସିଲା ସୁନା-ରୁପା ଦର, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ବୁଧବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୧,୮୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ବୁଧବାର ରୁପା ମୂଲ୍ୟରେ ୭୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୯୦୦ ଟଙ୍କା ଥିଲା ।

ପୁଣି ଖସିଲା ସୁନା-ରୁପା ଦର, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: ବୁଧବାର ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ମଙ୍ଗଳବାର ସୁନା ମୂଲ୍ୟରେ ୬୪୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ବୁଧବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୫୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୩୭୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୪,୬୨୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୩,୩୭୦ ଟଙ୍କାରେ ପହଞ୍ଚିଛି । ସେହିପରି ମଙ୍ଗଳବାର ଏହାର ମୂଲ୍ୟ ୪୩,୬୨୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଏପ୍ରିଲ ୧ରୁ ବଦଳିଯିବ ଆପଣଙ୍କ ଜୀବନ ସହିତ ଜଡିତ ୭ ନିୟମ, ଆପଣ ପ୍ରସ୍ତୁତ ତ?

ସେପଟେ ବୁଧବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୧,୮୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ବୁଧବାର ରୁପା ମୂଲ୍ୟରେ ୭୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୩୨୦ ଟଙ୍କା ରହିଛି । ଯାହା ମଙ୍ଗଳବାର ୬,୩୯୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ସାବଧାନ! ପୁଣି ଦ୍ରୁତ ଗତିରେ ବଢ଼ୁଛି କୋରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ସାମ୍ନାକୁ ଆସିଲା ଏତିକି ମାମଲା

ସେହିପରି ବୁଧବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୩୮୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ବୁଧଳବାର ୧୦ ଗ୍ରାମ ସୁନା ମୂଲ୍ୟରେ ୨୭୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୮୪୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟ ୪୫,୧୧୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୧,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ୪୧,୩୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ଯୋଗୁଁ ସ୍କୁଲ ବନ୍ଦ କରିବାକୁ ନିଷ୍ପତ୍ତି ନେଲା ଏହି ସବୁ ରାଜ୍ୟ

ଅନ୍ୟପକ୍ଷେ ବୁଧବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ମଙ୍ଗଳବାର ରାଜଧାନୀରେ ରୁପା ମୂଲ୍ୟରେ ୮୦୦ ଟଙ୍କାର ହ୍ରାସ ଘଟି ଥଲା । ସେହିପରି ବୁଧବାର ରୁପା ମୂଲ୍ୟରେ ୧୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୩୦ ଟଙ୍କା ରହିଛି । ଯାହା ମଙ୍ଗଳବାର ୬,୮୫୦ ଟଙ୍କା ଥିଲା ।