• IAS ସ୍ତରରେ ଅଦଳବଦଳ କଲେ ରାଜ୍ୟସରକାର
  • OFDCର ଅଧ୍ୟକ୍ଷ ହେଲେ ପ୍ରଦୀପ୍ତ ମହାପାତ୍ର
  • ବଦଳିଲେ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ
  • ପରାଗ ଗୁପ୍ତା ସାଧାରଣ ଉଦ୍ୟୋଗ ବିଭାଗ ACS
  • ବିଜୟ ଆରୋରା ହେଲେ ସାଧାରଣ ପ୍ରଶାସନ OSD
  • ସିଂଘୁ ସୀମାରେ ଯୁବକଙ୍କୁ ହତ୍ୟା ଘଟଣା: ୭ ଦିନ ରିମାଣ୍ଡରେ ସରବଜିତ
  • ୮ଦିନ ଭିତରେ ଅଟକିଗଲା ନନ୍ଦନକାନନର ଟୟ ଟ୍ରେନ୍
  • ଚାଲୁଥିବା ସମୟରେ ଲାଗିଯାଇଥିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପର୍ଯ୍ୟଟକ
  • ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ଚିଠା ବିଜ୍ଞପ୍ତି ପ୍ରକାଶ
  • ଚିଠା ବିଜ୍ଞପ୍ତିରେ ପଛୁଆ ବର୍ଗଙ୍କ ପାଇଁ ରହିଛି ୪ ଜିଲ୍ଲା

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ୧,୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୦୦୦ ଟଙ୍କାରେ ପହଞ୍ଚିଛି ।

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଆଜି ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ରେକର୍ଡ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଶୁକ୍ରବାର ସୁନା ମୂଲ୍ୟରେ ୨୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି (ଶନିବାର) ଦେଶରେ ୨୪  କ୍ୟାରେଟ ୧୦ ଗ୍ରାମ ସୁନା ଦର (Gold Price) ରେ ୫୪୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୯୧୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୪୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୪୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୯୧୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୪୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-'ମମତା ବୁଝି ସାରିଲେଣି ଯେ ବଙ୍ଗଳାରେ ବିଜେପିକୁ ରୋକିବା ପାଇଁ ଟିଏମସି ପାଖରେ ନାହିଁ କୌଣସି ବିକଳ୍ପ'

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ୧,୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୬୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଏହି ୬ଟି କାରଣରୁ ଏଥର ହାରିପାରନ୍ତି ମମତା ବାନାର୍ଜୀ

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Rate) ରେ ହ୍ରାସ ଘଟିଛି । ଶୁକ୍ରବାର ଭୁବନେଶ୍ୱରରେ ସୁନା ଦରରେ ୨୨୪ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୫୪୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୬୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୦,୧୮୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୦୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଟଙ୍କା ନ ଦେଇପାରିବାରୁ ପାକିସ୍ତାନକୁ ଝଟକା ଦେଲା 'ବନ୍ଧୁ' ମାଲେସିଆ, ବିମାନ ଜବତ କରି ଯାତ୍ରୀଙ୍କୁ ଓହ୍ଲାଇଲା

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବି ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ରୁପା ମୂଲ୍ୟରେ ୯୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୯୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭,୦୬୦ ଟଙ୍କା ଥିଲା ।