ନୂଆଦିଲ୍ଲୀ: ଆଜି ପୁଣି ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଶୁକ୍ରବାର ସୁନା ମୂଲ୍ୟରେ ୫୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି (ଶନିବାର) ଦେଶରେ ୨୪  କ୍ୟାରେଟ ୧୦ ଗ୍ରାମ ସୁନା ଦର (Gold Price) ରେ ୨୧୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୩୪୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୫୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୩୪୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୫୫୦ ଟଙ୍କା ଥିଲା ।


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-କୋରୋନା ଟିକାକରଣ ଉପରେ ଏହି ରାଜ୍ୟ କରିଛି ସବୁଠାରୁ ଭଲ କାମ, ମୋହର ମାରିଲା WHO


ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଥିବା ବେଳେ ଆଜି ରୂପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୮୦ ଟଙ୍କା ରହିଛି । ଯାହା ଗତକାଲି ୬,୭୪୦ ଟଙ୍କା ଥିଲା ।


ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Rate) ରେ ହ୍ରାସ ଘଟିଛି । ଶୁକ୍ରବାର ଭୁବନେଶ୍ୱରରେ ସୁନା ଦରରେ ୧୫୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୭୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୧୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୦,୩୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୯୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୧୦୦ ଟଙ୍କା ଥିଲା ।


ଅଧିକ ପଢ଼ନ୍ତୁ:-କଂଗ୍ରେସରେ ଥମୁନି ଗୋଷ୍ଠୀ କନ୍ଦଳ, CWC ବୈଠକରେ ଆନନ୍ଦ ଶର୍ମା ଓ ଗେହଲଟ ମୁହାଁମୁହିଁ!


ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୩୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୩୫ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭,୧୪୦ ଟଙ୍କା ଥିଲା ।