ଆହୁରି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଥିବା ବେଳେ ଆଜି ରୂପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୭୦୦ ଟଙ୍କାରେ ପହଞ୍ଚିଛି ।
ନୂଆଦିଲ୍ଲୀ: ଆଜି ପୁଣି ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଶନିବାର ସୁନା ମୂଲ୍ୟରେ ୨୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି (ରବିବାର) ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର (Gold Price) ରେ ୧୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୩୩୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୩୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୩୩୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୩୪୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ହନିମୁନ୍ ପାଇଁ କୁଆଡେ ଯାଉଛନ୍ତି ବରୁଣ ଧାୱନ-ନତାଶା ଦଲାଲ? ଜାଣନ୍ତୁ ଡିଟେଲ୍ସ
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଥିବା ବେଳେ ଆଜି ରୂପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୭୦ ଟଙ୍କା ରହିଛି । ଯାହା ଗତକାଲି ୬,୬୮୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ରାଜଧାନୀରେ ଲାଗିଲା 'ପାକିସ୍ତାନ ଜିନ୍ଦାବାଦ' ନାରା, ଆକ୍ସନରେ ପୋଲିସ
ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Rate) ରେ ହ୍ରାସ ଘଟିଛି । ଶନିବାର ଭୁବନେଶ୍ୱରରେ ସୁନା ଦରରେ ୧୭୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୧୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୦,୧୩୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୯୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୫,୯୫୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-କେବଳ 'ଭାରତ ମାତା କି ଜୟ' କିମ୍ୱା 'ଜନ ଗଣ ମନ' ଗାଇବା ଜାତୀୟତାବାଦ ନୁହେଁ: ଉପରାଷ୍ଟ୍ରପତି
ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୫୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୩୫୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭,୧୩୫ ଟଙ୍କା ଥିଲା ।