Advertisement
Article Detail0/zeeodisha/odisha864753

ରାଜଧାନୀରେ ଖସିଲା ସୁନା-ରୁପା ଦର, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ଶୁକ୍ରବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗୁରୁବାର ଦେଶରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଶୁକ୍ରବାର ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୬୦୦ ଟଙ୍କାରେ ପହଞ୍ଚିଛି ।

ରାଜଧାନୀରେ ଖସିଲା ସୁନା-ରୁପା ଦର, ଜାଣି ନିଅନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: ଶୁକ୍ରବାର ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବା ବେଳେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି-ହ୍ରାସ ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗୁରୁବାର ସୁନା ମୂଲ୍ୟରେ ୨୮୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଶୁକ୍ରବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୮୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୫୩୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଏହାର ମୂଲ୍ୟ ୪୪,୭୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୮୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୩,୫୩୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗୁରୁବାର ଏହାର ମୂଲ୍ୟ ୪୩,୭୧୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ମହାରାଷ୍ଟ୍ରରେ ବଢ଼ିଲା କୋରୋନା ସଙ୍କଟ: ନାଗପୁର ପରେ ଅକୋଲାରେ ଲକଡାଉନ୍, ପୁଣେରେ ନାଇଟ୍ କର୍ଫ୍ୟୁ

ସେପଟେ ଶୁକ୍ରବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗୁରୁବାର ଦେଶରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଶୁକ୍ରବାର ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୬୦ ଟଙ୍କା ରହିଛି । ଯାହା ବୁଧବାର ୬,୭୪୦ ଟଙ୍କା ଥିଲା ।

Add Zee News as a Preferred Source

ଅଧିକ ପଢ଼ନ୍ତୁ:-କୋରୋନାର ୟୁ-ଟର୍ଣ୍ଣ: କ'ଣ ପୁଣି ଲକଡାଉନ୍ ଆଡକୁ ବଢ଼ୁଛି ଦେଶ? ମହାରାଷ୍ଟ୍ର, ଦିଲ୍ଲୀ-ପଞ୍ଜାବର ଅବସ୍ଥା ଚିନ୍ତାଜନକ

ଶୁକ୍ରବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦରରେ ବୃଦ୍ଧି ଘଟିଛି । ଗୁରୁବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୩୮୦ ଟଙ୍କାର ବୃଦ୍ଧି ଘଟି ଥିଲା । ସେହିପରି ଶୁକ୍ରବାର ୧୦ ଗ୍ରାମ ସୁନା ମୂଲ୍ୟରେ ୩୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୬୫୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୪୫,୯୮୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୧,୮୫୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ୪୨,୧୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଜାଣନ୍ତୁ କେବେଠୁ ଆରମ୍ଭ ହେବ ଟ୍ରେନର ସାମାନ୍ୟ ପରିଚାଳନା

ସେହିପରି ଶୁକ୍ରବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗୁରୁବାର ରାଜଧାନୀରେ ରୁପା ମୂଲ୍ୟରେ ୬,୨୦୦ ଟଙ୍କାର ହ୍ରାସ ଘଟି ଥଲା । ଅନ୍ୟପକ୍ଷେ ଗୁରୁବାର ରୁପା ମୂଲ୍ୟରେ ୨,୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୭୦ ଟଙ୍କା ରହିଛି । ଯାହା ଗୁରୁବାର ୭,୩୨୦ ଟଙ୍କା ଥିଲା ।

About the Author