• କଳାହାଣ୍ଡି: ସନସାଇନ୍ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ନିଖୋଜ ମାମଲା
  • ମହାଲିଙ୍ଗ ସ୍ଥିତ ନିର୍ମାଣାଧୀନ ଷ୍ଟାଡିୟମରୁ ମିଳିଲା ପୋଡ଼ାକାଠ, ପାଉଁଶ
  • ଜେସିବି ଦ୍ୱାରା ମାଟି ଖୋଳି ପୋଡ଼ାକାଠ, ପାଉଁଶ ଉଦ୍ଧାର
  • ମମିତାଙ୍କୁ ହତ୍ୟା କରି ପୋତି ଦିଆଯାଇଥିବା ସନ୍ଦେହ
  • ଦରଦାମ ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଆନ୍ଦୋଳନ
  • ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ କୁଶପୁତଳିକା ଦାହ କଲା ଯୁବ କଂଗ୍ରେସ
  • ମମିତା ମେହେର ଅପହରଣ ଘଟଣାରେ ଗୃହରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ରାଜ୍ୟ ବିଜେପି ସଭାପତି
  • କେରଳରେ ବନ୍ୟାର ତାଣ୍ଡବ: ୪୧ ମୃତ, ୧୧ଟି ଡ୍ୟାମ୍ ପାଇଁ ରେଡ୍‌ ଆଲର୍ଟ ଜାରି
  • ମନୀଷ ଅନୁରାଗ ହତ୍ୟା ମାମଲା
  • ୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ଇନଫୋସିଟି ପୋଲିସର ଜେରା

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ରେଟ୍

ସୋମବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ରବିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ସୋମବାର ୧୦ ଗ୍ରାମ ସୁନା ମୂଲ୍ୟରେ ୨୧୦ ଟଙ୍କାର ହ୍ରାସ ଘଟିଛି ।

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Gold-Silver Rate: ସପ୍ତାହର ପ୍ରଥମ ଦିନ ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ରେକର୍ଡ କରାଯାଇଛି ।  ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ରବିବାର ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ସୋମବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୦୪୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୮,୧୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୦୪୦ ଟଙ୍କାରେ ପହଞ୍ଚିଛି । ରବିବାର ଏହାର ମୂଲ୍ୟ ୪୭,୧୯୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଏପରି ମହିଳାମାନେ ନିଜ ସ୍ୱାମୀଙ୍କ ପାଇଁ ଖୋଲନ୍ତି ଭାଗ୍ୟର ଦ୍ୱାର

ସେହିପରି ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ରବିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେପଟେ ସୋମବାର ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୮୦ ଟଙ୍କା ରହିଛି । ଯାହା ରବିବାର ୬,୮୪୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପ୍ରତିଦିନ ସକାଳେ ଖାଆନ୍ତୁ ଗଜା ବୁଟ, ମିଳିବ ଏସବୁ ଲାଭ

ସୋମବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ରବିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ସୋମବାର ୧୦ ଗ୍ରାମ ସୁନା ମୂଲ୍ୟରେ ୨୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୭୧୦  ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୮୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୨୨୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୭,୫୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଯିବାର ଥିଲା ୟୁପିର ହମିରପୁର, କିନ୍ତୁ ପହଞ୍ଚିଗଲେ ହିମାଚଳର ହମିରପୁରରେ...

ସେହିପରି ସୋମବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ରବିବାର ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ସୋମବାର ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୮୦ ଟଙ୍କା ରହିଛି । ଯାହା ରବିବାର ୬,୮୪୦ ଟଙ୍କା ଥିଲା ।