ପୁଣି ଖସିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍
Advertisement

ପୁଣି ଖସିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ମଧ୍ୟ ହ୍ରାସ ଘଟିଛି । ରବିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟିନଥିଲା । 

ପୁଣି ଖସିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ନୂଆଦିଲ୍ଲୀ: Gold-Silver Rate: ଦେଶରେ ସୋମବାର ଅର୍ଥାତ ସେପ୍ଟେମ୍ୱର ୨୦ରେ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବା ବେଳେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ରବିବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ସୋମବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୬୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୧୩୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୬,୩୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୨୬୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୫,୧୩୦ ଟଙ୍କାରେ ପହଞ୍ଚିଛି । ରବିବାର ଏହାର ମୂଲ୍ୟ ୪୫,୩୯୦ ଟଙ୍କା ଥିଲା ।

ସେପଟେ ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ରବିବାର ଦେଶରେ ରୁପା ମୂଲ୍ୟ ସ୍ଥିର ରହିଥିଲା ।  ସେହିପରି ସୋମବାର ମଧ୍ୟ ରୁପା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୦୦୦ ଟଙ୍କା ରହିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୬,୦୦୦ ଟଙ୍କା ଥିଲା ।

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ମଧ୍ୟ ହ୍ରାସ ଘଟିଛି । ରବିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟିନଥିଲା । ସେପଟେ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୭,୫୦୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୫୫୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୩,୬୫୦ ଟଙ୍କା ଥିଲା ।

ସୋମବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ସ୍ଥିର ରହିଛି । ରବିବାର ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିଥିଲା । ସେହିପରି ସୋମବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୦୦୦ ଟଙ୍କା ରହିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୬,୦୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଅଧିକ ପଢ଼ନ୍ତୁ:-LIC ପଲିସି ବଦଳରେ ସହଜରେ ନେଇପାରିବେ ଶସ୍ତା ଋଣ, ଏହା ହେଉଛି ଉପାୟ

ଅଧିକ ପଢ଼ନ୍ତୁ:-DA ୩୧ ପ୍ରତିଶତ ହେବା ପୂର୍ବରୁ କେନ୍ଦ୍ର କର୍ମଚାରୀଙ୍କୁ ମିଳିଲା ଏସବୁ ଲାଭ, ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ...

ଅଧିକ ପଢ଼ନ୍ତୁ:-ତାଲିବାନ ସରକାରରେ ଫାଟ: ରାଷ୍ଟ୍ରପତି ଭବନରେ ଡେପୁଟି ପିଏମ ବରାଦର ଉପରେ ହେଲା ଲାତ ଓ ବିଧାର ବର୍ଷା! ବଢ଼ୁଛି ହକ୍କାନୀ ଗୋଷ୍ଠୀର ଦବଦବା