ନୂଆଦିଲ୍ଲୀ: ଆଜି ପୁଣି ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ମଧ୍ୟ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ବୁଧବାର ସୁନା ମୂଲ୍ୟରେ ୫୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି (ଗୁରୁବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୧୫୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୩୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୨୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୩୦୦ ଟଙ୍କା ଥିଲା ।


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-ପୁରୁଣା ସଂସଦ ଭବନର କ'ଣ ହେବ, ଜାଣନ୍ତୁ କ'ଣ ରହିଛି ମୋଦି ସରକାରଙ୍କ ଯୋଜନା?


ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧,୧୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ଦରରେ ୧,୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୩୪୦ ଟଙ୍କା ରହିଛି । ଯାହା ଗତକାଲି ୬,୪୪୦ ଟଙ୍କା ଥିଲା ।


ସେହିପରି ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ହ୍ରାସ ଘଟିଛି । ବୁଧବାର ଭୁବନେଶ୍ୱରରେ ସୁନା ଦରରେ ୩୩୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୪୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୦୭୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୦,୫୦୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୩୦୦ ଟଙ୍କା ରହିଥିଲା ।


ସେପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୧,୫୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ମଧ୍ୟ ରୁପା ମୂଲ୍ୟରେ ୧,୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୮୦ ଟଙ୍କାରେ ରହିଛି । ଯାହା ଗତକାଲି ୬,୮୦୦ ଟଙ୍କା ଥିଲା ।