ନୂଆଦିଲ୍ଲୀ: ଘରୋଇ ବଜାରରେ ଆଜି ପୁଣି କମିଲା ସୁନା-ରୁପା ଦର । ଅନ୍ୟପକ୍ଷେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି ଅର୍ଥାତ ଶୁକ୍ରବାର ଦେଶରେ ୧୦ ଗ୍ରାମ ସୁନା ଦର(Gold Rate)ରେ ୫୦ ଟଙ୍କା ହ୍ରାସ ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ(Gold Price) ୫୨,୨୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୨,୨୫୦ ଟଙ୍କା ଥିଲା । ସେହିପରି ଦେଶରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦ ଟଙ୍କା ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ଦର ୫୧,୨୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୧,୨୫୦ ଟଙ୍କା ଥିଲା ।


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-କଂଗ୍ରେସରେ ହିଁ ସୋନିଆ ବନାମ ରାହୁଲ କଳି !


ସେହିପରି ଆଜି ଦେଶରେ ରୁପା ମୂଲ୍ୟ(Silver Price)ରେ ମଧ୍ୟ ହ୍ରାସ ଘଟିଛି । ଆଜି ରୁପା ଦରରେ ୫୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୯୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୭,୦୦୦ ଟଙ୍କା ଥିଲା ।


ଅଧିକ ପଢ଼ନ୍ତୁ:-ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ଖୁବ୍ ଶୀଘ୍ର ଏହି ଉପହାର ଦେବାକୁ ଯାଉଛନ୍ତି ମୋଦି ସରକାର


ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର(Bhubaneswar)ରେ ସୁନା ମୂଲ୍ୟ(Gold Rate)ରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ୨୬୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୫,୭୬୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୫,୫୦୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୬୦ ଟଙ୍କା ବଢିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୧୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୦,୦୫୦ ଟଙ୍କା ରହିଥିଲା ।


ଅଧିକ ପଢ଼ନ୍ତୁ:-LIC ଅଛି ତ ହୋଇଯାଆନ୍ତୁ ସାବଧାନ ! ନ ହେଲେ ବୁଡ଼ି ଯାଇପାରେ ଆପଣଙ୍କ ଟଙ୍କା


ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର(Silver Price)ରେ ବି ହ୍ରାସ ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୯୫୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୦୦୦ ଟଙ୍କା ଥିଲା ।