ପୁଣି ସୁନା-ରୁପା ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍
Advertisement

ପୁଣି ସୁନା-ରୁପା ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି ।  ଆଜି(ଗୁରୁବାର) ରୁପା ମୂଲ୍ୟରେ ୧,୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୯,୦୦୦ ଟଙ୍କା ଥିଲା ।

ପୁଣି ସୁନା-ରୁପା ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ବିଗତ ୩ ଦିନରେ ସୁନା ମୂଲ୍ୟରେ ୧,୧୩୦ ଟଙ୍କା ବୃଦ୍ଧି ଘଟିବା ପରେ ଆଜି ଅର୍ଥାତ ଗୁରୁବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୩୮୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୨୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୧,୫୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୮୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୫୦,୨୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୦,୫୮୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଜାଣନ୍ତୁ ଭାରତକୁ କେବେ ମିଳିବ କୋରୋନା ଭ୍ୟାକ୍ସିନ

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି ।  ଆଜି(ଗୁରୁବାର) ରୁପା ମୂଲ୍ୟରେ ୧,୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୯,୦୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଆଇପିଏଲରେ ଏହି ୫ ଖେଳାଳିଙ୍କୁ ମିଳୁଛି ନିଜ ଅଧିନାୟକଙ୍କ ଠାରୁ ଅଧିକ ଟଙ୍କା

ସେପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ବି ସୁନା ଦର (Gold Rate) ରେ ହ୍ରାସ ଘଟିଛି । ଗତକାଲି ଅର୍ଥାତ ବୁଧବାର ଭୁବନେଶ୍ୱରରେ ସୁନା ଦରରେ ୭୦ ଟଙ୍କାର ହ୍ରାସ ଘଟିଥିବା ବେଳେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୪୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୫୫୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୩,୯୫୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୬୦ ଟଙ୍କାର ହ୍ରାସ ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୯,୪୫୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ଭ୍ୟାକ୍ସିନକୁ ନେଇ ବହୁତ ବଡ଼ ଖରାପ ଖବର ଦେଲା

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର (Silver Rate) ରେ ହ୍ରାସ ରେକର୍ଡ କରାଯାଇଛି । ଆଜି(ଗୁରୁବାର) ରୁପା ମୂଲ୍ୟରେ ୧,୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୯,୦୦୦ ଟଙ୍କା ଥିଲା ।