• ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
  • IPL 2020: ଆଜି ଆରସିବି - ମୁମ୍ବାଇ ମୁହାଁମୁହିଁ
  • କଟକଣା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା ଓ ନାମଲେଖା
  • ବିଜୁ ଯୁବ ଜନତା ଦଳର ଜେନେରାଲ ସେକ୍ରେଟାରୀ ଭାବେ ନିଯୁକ୍ତି ପାଇଥିବା କଳ୍ପତରୁ ଓଝାଙ୍କୁ ନିଲମ୍ବିତ କଲେ ସଭାପତି ନବୀନ ପଟ୍ଟନାୟକ ।
  • କଟକରେ ଭାଙ୍ଗିଲା ରେଳବାଇ କ୍ରସିଂ ଆଙ୍ଗେଲ୍‌, ୧୬ ନମ୍ବର ଜାତୀୟ ରାଜପଥରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ।
  • ଆଠଗଡ଼ରେ ଥିବା ସିମେଣ୍ଟ କାରଖାନାରେ ଦୁର୍ଘଟଣା, ଜଣେ ଶ୍ରମିକ ମୃତ
  • ବିଧାନସଭା ଆରମ୍ଭ ହେବା ପୂର୍ବରୁ ବିଜେଡ଼ି ବିଧାୟକ ଦଳ ବୈଠକ
  • ହାଇକୋର୍ଟରେ ଯାଜପୁର ବିରଜା ମନ୍ଦିର ରଥଯାତ୍ରା ମାମଲା । ଜିଲ୍ଲାପାଳ ଓ ଏସପିଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ । ଅକ୍ଟୋବର ୮କୁ ଘୁଞ୍ଚିଲା ଶୁଣାଣୀ ।
  • ଉଲ୍ଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କ ନିୟମିତ ଜାମିନ ଖାରଜ ।
  • ୩ ମାସ ପାଇଁ ଅନ୍ତରୀଣ ଜାମିନ ମଞ୍ଜୁର, ୧ ଅକ୍ଟେବରରୁ ୩ ମାସ ଅନ୍ତରୀଣ ଜାମିନରେ ଦୀପକ ।

ପୁଣି ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ମୂଲ୍ୟରେ ୨୮୦ ଟଙ୍କା ବଢିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୫,୧୨୦ ଟଙ୍କା ଥିଲା ।

ପୁଣି ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: କୋରୋନା ସଙ୍କଟ ସମୟରେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ହ୍ରାସ-ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ସୋମବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ଘଟିଛି ।  ଆଜି ସୁନା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୪୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୩,୫୦୦ ଟଙ୍କା ଥିଲା । 

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ମୂଲ୍ୟରେ ୨୮୦ ଟଙ୍କା ବଢିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୫,୧୨୦ ଟଙ୍କା ଥିଲା ।

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ଦରରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ୯୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୬,୫୯୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୬,୫୦୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୯୦ ଟଙ୍କା ବଢିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୮୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୧,୭୯୦ ଟଙ୍କା ରହିଥିଲା ।

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୨୮୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୪୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୧୨୦ ଟଙ୍କା ଥିଲା ।