• ନିର୍ବାଚନୀ ପଶାପାଲିରେ ଗେମ ଚେଞ୍ଜର ବେଣୁ !
  • ବାଲେଶ୍ୱର ଉପନିର୍ବାଚନ: ସ୍ୱାଧୀନ ପ୍ରାର୍ଥୀ ବେଣୁଧର ବାରିକଙ୍କ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇବେ ରାଣୀ ପଣ୍ଡା
  • ଆଜି IPLରେ ଦୁଇଟି ମ୍ୟାଚ ଖେଳାଯିବ
  • IPL 2020: ଅପରାହ୍ଣ ସାଢେ ୩ଟାରେ ଦିଲ୍ଲୀ ଓ କୋଲକାତା ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ
  • IPL 2020: ସନ୍ଧ୍ୟା ସାଢେ ୭ଟାରେ ପଞ୍ଜାବ ହାଇଦ୍ରାବାଦ ମୁହାଁମୁହିଁ ହେବେ
  • କୋରୋନାକୁ ନେଇ ଚେତାବନୀ ଜାରି କଲା WHO
  • କାମାକ୍ଷାନଗର-ପଶ୍ଚିମାଞ୍ଚଳ ରେଞ୍ଜ ସୋଗର ଗ୍ରାମରେ ୨୨ଟିକିଆ ହାତୀ ପଲ, ବ୍ୟାପକ ଫସଲ ନଷ୍ଟ ଅଭିଯୋଗ

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଆଜି ରୁପା ମୂଲ୍ୟରେ ୯୦୦ ଟଙ୍କା ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୭,୯୦୦ ଥିଲା । 

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ସପ୍ତାହର ପ୍ରଥମ ଦିନ ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦର (Gold-Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ଗତକାଲି ସୁନା ମୂଲ୍ୟରେ ୧୦ ଟଙ୍କା ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ଅର୍ଥାତ ସୋମବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୧୯୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୩୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୧,୪୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୯୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୫୦,୩୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୦,୪୯୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଚାଷୀଙ୍କୁ ବଡ଼ ଉପହାର ଦେଲେ ମୋଦି ସରକାର !

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଆଜି ରୁପା ମୂଲ୍ୟରେ ୯୦୦ ଟଙ୍କା ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୭,୯୦୦ ଥିଲା । 

ଅଧିକ ପଢ଼ନ୍ତୁ:-ଚୀନ୍ ବିରୋଧରେ ପ୍ରସ୍ତୁତ ଭାରତର 'ବ୍ରହ୍ମାସ୍ତ୍ର', ଚାହିଁଲେ ବି ଶତ୍ରୁ କରିପାରିବ ନାହିଁ ଆକ୍ରମଣ

ସେପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ବି ସୁନା ଦର (Gold Rate) ରେ ହ୍ରାସ ଘଟିଛି । ଗତକାଲି ଅର୍ଥାତ ରବିବାର ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୨୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୮୨୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୪,୦୭୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୫୦ ଟଙ୍କାର ହ୍ରାସ ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୩୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୯,୫୯୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-କୃଷି ବିଲ୍ ବିରୋଧରେ ରାସ୍ତାକୁ ଓହ୍ଲାଇବେ ଚାଷୀ, ସେପ୍ଟେମ୍ୱର ୨୫ରୁ ଆରମ୍ଭ ହେବ ଦେଶବ୍ୟାପୀ ପ୍ରଦର୍ଶନ

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୯୦୦ ଟଙ୍କା ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୭,୯୦୦ ଥିଲା ।