)
ନୂଆଦିଲ୍ଲୀ: ଲଗାତର ଚତୁର୍ଥ ଦିନ ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦର (Gold-Silver Price) ରେ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଗତ ୩ ଦିନରେ ସୁନା ମୂଲ୍ୟରେ ୧୪୯୦ ଟଙ୍କା ହ୍ରାସ ଘଟିଛି । ଅନ୍ୟପକ୍ଷେ ଆଜି ଅର୍ଥାତ ଗୁରୁବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୬୦୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୪୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୦୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୬୦୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୪୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୦୦୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତ ୩ ଦିନରେ ରୁପା ମୂଲ୍ୟରେ ୮,୯୦୦ ଟଙ୍କା ହ୍ରାସ ଘଟିଥିବା ବେଳେ ଆଜି ୨,୦୦୦ ଟଙ୍କା ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୭,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୫୯,୦୦୦ ଥିଲା ।
ଅଧିକ ପଢ଼ନ୍ତୁ:-କୋରୋନା ଟୀକାକୁ ନେଇ ଏ କ'ଣ କହିଗଲେ WHO ମୁଖ୍ୟ
ସେପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ବି ସୁନା ଦର (Gold Rate) ରେ ହ୍ରାସ ଘଟିଛି । ଗତକାଲି ଅର୍ଥାତ ଗୁରୁବାର ଭୁବନେଶ୍ୱରରେ ସୁନା ଦରରେ ୭୬୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୫୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୮୭୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୪୭୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୫୦ ଟଙ୍କାର ହ୍ରାସ ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୫୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୧୦୦ ଟଙ୍କା ରହିଥିଲା ।
ଅଧିକ ପଢ଼ନ୍ତୁ:-ରାଜନୀତିରେ ପାଦ ଦେବେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ପୁଅ !
ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତ ୩ ଦିନରେ ରୁପା ମୂଲ୍ୟରେ ୮,୯୦୦ ଟଙ୍କା ହ୍ରାସ ଘଟିଥିବା ବେଳେ ଆଜି ୨,୦୦୦ ଟଙ୍କା ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୭,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୫୯,୦୦୦ ଥିଲା ।