ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
Advertisement

ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୨,୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୦୦୦ ଟଙ୍କା ପହଞ୍ଚିଛି ।

ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ ଗତକାଲି ଅର୍ଥାତ ମଙ୍ଗଳବାର ମୂଲ୍ୟବାନ ଧାତୁ ଦରରେ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ସୋମବାର ସୁନା ମୂଲ୍ୟରେ ୫୦ ଟଙ୍କାର ବୃଦ୍ଧି ଘଟିଛି । ଅନ୍ୟପକ୍ଷେ ଗତକାଲି (ମଙ୍ଗଳବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୧୫୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୮୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୯୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୮୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୯୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କିଏ ଜିତିବେ ପଶ୍ଚିମବଙ୍ଗ, ମମତା ନା ବିଜେପି?

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୨,୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୦୦୦ ଟଙ୍କା ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୦୦ ଟଙ୍କାରେ ରହିଛି । ଯାହା ଗତକାଲି ୬,୨୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ବୈଜ୍ଞାନିକଙ୍କ ଚେତାବନୀ, ଭବିଷ୍ୟତରେ ଦେଖାଦେବ କୋରୋନା ଠାରୁ ଆହୁରି ବଡ଼ ସଙ୍କଟ!

ସେହିପରି ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Rate) ରେ ହ୍ରାସ ଘଟିଛି । ସୋମବାର ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୯୮୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୪୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୧,୩୮୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୯୦୦ ଟଙ୍କାର ହ୍ରାସ ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୭,୧୦୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ଭ୍ୟାକ୍ସିନକୁ ନେଇ ଆସିଲା ବହୁତ ବଡ଼ ଖୁସି ଖବର!

ସେପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ମଧ୍ୟ ଖସିଛି । ଗତକାଲି ରୁପା ମୂଲ୍ୟରେ କୌଣସି ବୃଦ୍ଧି ଘଟି ନଥିବା ବେଳେ ଆଜି ରୁପା ମୂଲ୍ୟରେ କୌଣସି ୨୨୦୦ ଟଙ୍କା ଖସିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୫୦୦ ଟଙ୍କା ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୫୦ ଟଙ୍କାରେ ରହିଛି । ଯାହା ଗତକାଲି ୬,୬୭୦ ଟଙ୍କା ଥିଲା ।