ନୂଆଦିଲ୍ଲୀ: ଗତକାଲି ଅର୍ଥାତ ବୁଧବାର ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ଦରରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ମଙ୍ଗଳବାର ସୁନା ମୂଲ୍ୟରେ ୧୫୦ ଟଙ୍କାର ବୃଦ୍ଧି ଘଟିଛି । ଅନ୍ୟପକ୍ଷେ ଗତକାଲି (ବୁଧବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୫୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୭୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୮୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୭୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୮୦୦ ଟଙ୍କା ଥିଲା ।


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-କିଏ ଜିତିବେ ପଶ୍ଚିମବଙ୍ଗ, ମମତା ନା ବିଜେପି?


ସେପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ରୁପା ମୂଲ୍ୟରେ ୨୦୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୦୦୦ ଟଙ୍କା ରହିଛି । ଯାହା ଗତକାଲି ବି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୦୦ ଟଙ୍କାରେ ରହିଛି । ଯାହା ଗତକାଲି ୬,୦୦୦ ଟଙ୍କା ଥିଲା ।


ଅଧିକ ପଢ଼ନ୍ତୁ:-ବୈଜ୍ଞାନିକଙ୍କ ଚେତାବନୀ, ଭବିଷ୍ୟତରେ ଦେଖାଦେବ କୋରୋନା ଠାରୁ ଆହୁରି ବଡ଼ ସଙ୍କଟ!


ସେହିପରି ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Rate) ରେ ହ୍ରାସ ଘଟିଛି । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦରରେ ୯୮୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୬୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୦,୪୦୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୨୦୦ ଟଙ୍କା ରହିଥିଲା ।


ଅଧିକ ପଢ଼ନ୍ତୁ:-ବିଜେପି ଉପରେ ଗର୍ଜିଲେ ମମତା, କହିଲେ-ଟିଏମସି ଜେଲରୁ ମଧ୍ୟ ଜିତିବ ନିର୍ବାଚନ


ଅନ୍ୟପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୨୨୦୦ ଟଙ୍କା ଖସି ଥିବା ବେଳେ ଆଜି ରୁପା ମୂଲ୍ୟରେ ୩୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୮୦୦ ଟଙ୍କା ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୮୦ ଟଙ୍କାରେ ରହିଛି । ଯାହା ଗତକାଲି ୬,୪୫୦ ଟଙ୍କା ଥିଲା ।